ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଛକ ନିକଟରେ ଦୁର୍ଘଟଣା: ଶୋଇଥିବା ବେଳେ ଚଢ଼ିଗଲା ଟ୍ରକ, ଜଣେ ଶ୍ରମିକଙ୍କର ମୃତ୍ୟୁ

ଭଦ୍ରକ : ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଛକ ନିକଟରେ ଦୁର୍ଘଟଣା । ୧୬ ନମ୍ବର ଜାତୀୟ ରାଜପଥ କାମରେ ନିୟୋଜିତ ଥିବା ଶ୍ରମିକ ମାନେ ଶୋଇଥିବା ବେଳେ ଚଢ଼ିଗଲା ଟ୍ରକ । ଜଣେ ଶ୍ରମିକଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ କେତେକ ଶ୍ରମିକ ଆହତ ହୋଇଛନ୍ତି ।

ସୂଚନାଯୋଗ୍ୟ, ରାଜପଥ ସମ୍ପ୍ରସାରଣ କାର୍ଯ୍ୟରେ ନିୟୋଜିତ ଡିବିଏଲ କମ୍ପାନୀର କର୍ମଚାରୀ ମାନେ ରାଜପଥ ପାର୍ଶ୍ଵରେ ଏକ ଅସ୍ଥାୟୀ ଘର କରି ରହୁଥିଲେ । ଏହି ଘରେ ଏକାଧିକ ଶ୍ରମିକ ରହୁଥିବା ବେଳେ ଏକ ଟ୍ରକ ଭାରସାମ୍ୟ ହରାଇ ଘର ଉପରେ ଚଢ଼ି ଯାଇଥିଲା ।

ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ କେତେକ ଶ୍ରମିକ ଆହତ ହୋଇଛନ୍ତି । ତେବେ ଦୁର୍ଘଟଣା ବେଳେ କେତେକ ଶ୍ରମିକ ଦୌଡ଼ି ପଳାଇ ନିଜ ଜୀବନ ବଞ୍ଚାଇଛନ୍ତି । ସମସ୍ତ ଶ୍ରମିକ ବାହାର ରାଜ୍ୟର ।

Related Posts