କେନ୍ଦୁଝର କୋଡ଼ପଡ଼ା ଛକ ନିକଟରେ ଦୁର୍ଘଟଣା: ଅଟୋକୁ ଧକ୍କା ଦେଲା ହାଇୱା, ୩ ଜଣଙ୍କ ମୃତ୍ୟୁ, ଜଣେ ଗୁରୁତର

ଆନନ୍ଦପୁର: କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଥାନା କୋଡ଼ପଡ଼ା ଛକ ନିକଟରେ ଦୁର୍ଘଟଣା । ଏକ ଅଟୋକୁ ହାଇୱା ଧକ୍କା ଦେଇଛି । ଫଳରେ ଏହି ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୨ ଜଣ ପୁରୁଷ ଓ ଜଣେ ମହିଳା ଅଛନ୍ତି।

ଆଜି ଅପରାହ୍ଣ ପ୍ରାୟ ସାଢ଼େ ୩ଟା ବେଳେ ଏହି ଦୁର୍ଘଟଣା ଘଟିଛି। ସାତକୋଶିଆରୁ ୪ ଜଣ ଯାତ୍ରୀଙ୍କୁ ନେଇ ଜାବିନିପୁର ଆସୁଥିବା ଏହି ଅଟୋକୁ ହାଇୱାଟି ଧକ୍କା ଦେଇଥିଲା। ହାଇୱାଟି ଓସ୍ତପୁରାରୁ ଚିପ୍ସ ବୋଝେଇ କରି ସାତକୋଶିଆ ଯାଉଥିଲା। ଅଟୋକୁ ଧକ୍କା ଦେବା ପରେ ହାଇୱାଟି ମଧ୍ୟ ଓଲଟି ପଡ଼ିଥିଲା।

ଘଟଣାସ୍ଥଳରେ ହିଁ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ୩ ଜଣ ଯାକ ମୃତକ ଜାବିନିପୁର ଅଞ୍ଚଳର ବୋଲି ଜଣାପଡ଼ିଛି। ସେହିପରି ଗୁରୁତର ଆହତ ମହିଳାଙ୍କୁ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ କଟକ ସ୍ଥାନାନ୍ତର କରାଯାଇଛି। ଅଟୋ ଡ୍ରାଇଭର ସୁସ୍ଥ ଅଛନ୍ତି।

Related Posts