ରାଜ୍ୟ କ୍ୟାବିନେଟ ନିଷ୍ପତି, ଅବଢ଼ା ଯୋଜନାରେ ପୁରୀଠାରେ ୧୩୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଧର୍ମଶାଳା

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଛି ।ଏହି କ୍ୟାବିନେଟ ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ୧୭ଟି ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟର ମୋହର ବାଜିଛି। ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି ନେଇ ବିଧାନସଭାରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀ ସୂଚନା ଦେଇଛନ୍ତି ।

ସୂଚନା ଅନୁଯାୟୀ ପର୍ଯ୍ୟଟକଙ୍କ ସୁବିଧା ପାଇଁ ପୁରୀରେ ଧର୍ମଶାଳା ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି । ପୁରୀ ବାସେଳିସାହି ଧର୍ମଶାଳା ପ୍ରକଳ୍ପକୁ କାର୍ଯ୍ୟକାରୀ କରିବାକୁ କ୍ୟାବିନେଟରେ ନିଷ୍ପତ୍ତି ହୋଇଛି । ରାଜ୍ୟ ସରକାରଙ୍କ ଅବଢା ଯୋଜନାରେ ଧର୍ମଶାଳା ପ୍ରକଳ୍ପ ହେବ । ୧୩୫ କୋଟି ୬୦ ଲକ୍ଷ ଟଙ୍କା ବ୍ୟୟରେ ଧର୍ମଶାଳା ପ୍ରକଳ୍ପ ନିର୍ମାଣ ହେବ । ଏନେଇ ମେସର୍ସ ଶ୍ରୀଜିକୃପା ସଂସ୍ଥାକୁ ଟେଣ୍ଡର ମିଳିଛି । ୨୪ ମାସରେ ଏହି ପ୍ରକଳ୍ପ କାର୍ଯ୍ୟ ଶେଷ ହେବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।

Related Posts