ଅଭିନେତା ବାବୁସାନ୍‌ ମହାନ୍ତି ଅସୁସ୍ଥ: ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ

ଭୁବନେଶ୍ୱର : ଓଡ଼ିଆ ଚଳଚ୍ଚିତ୍ର ଜଗତର ଚର୍ଚ୍ଚିତ ତଥା ଲୋକପ୍ରିୟ ଅଭିନେତା ବାବୁସାନ୍‌ ମହାନ୍ତିଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ରହିଛି । ଏନେଇ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ବୁଧବାର ସନ୍ଧ୍ୟାରେ ସେ ଡାକ୍ତରଖାନା ବେଡ୍‌ରେ ଶୋଇଥିବାର ଏକ ଫଟୋ ପୋଷ୍ଟ କରିଛନ୍ତି ‘ଦମନ’ର ନିର୍ଦ୍ଦେଶକ ବିଶାଳ ମୌର୍ଯ୍ୟ । ସେ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ଏଥିସହ ତୁମ ବିନା ‘ଦମନ’ର ପ୍ରଚାର ଅସମ୍ପୂର୍ଣ୍ଣ । ପ୍ରାର୍ଥନା କରୁଛି, ରକେଟ୍‌ ବେଗରେ ସୁସ୍ଥ ହୋଇଯାଅ ।

ଏହାପରେ ତାଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ବୁଝିବା ପାଇଁ ଅଭିନେତା ତଥା ବାବୁସାନ୍‌ଙ୍କ ସମ୍ପର୍କୀୟ ରବି ମିଶ୍ରଙ୍କୁ ଯୋଗାଯୋଗ କରିଥିଲୁ । ସେ କହିଥିଲେ, ଗତ କିଛି ଦିନ ପୂର୍ବରୁ ବାବୁସାନ ‘ରାଇଡିଂ ଫର୍‌ ଦମନ୍‌’ ପାଇଁ ଲଦାଖ ଯାଇଥିଲେ । ସେଠାରେ ବାଇକ୍‌ ଚଳାଇବା ପରେ ତାଙ୍କର ଅକ୍ସିଜେନ୍‌ ଲେବଲ୍‌ କମିଥିଲା । ପ୍ରାଥମିକ ଚିକିତ୍ସା ପରେ ସେ ଭୁବନେଶ୍ୱର ଫେରି ପୁଣି ଅସୁସ୍ଥ ଅନୁଭବ କରିବାରୁ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ ।

ଗତ ୫ଦିନ ହେବ ସେ ଚିକିତ୍ସାଧୀନ ଅଛନ୍ତି । ପତ୍ନୀ ଓ ପରିବାର ଲୋକଙ୍କ ଉପସ୍ଥିତିରେ ଏକ ଡାକ୍ତରୀ ଦଳ ତାଙ୍କର ଚିକିତ୍ସା କରୁଛନ୍ତି । ବର୍ତ୍ତମାନ ସେ ସୁସ୍ଥ ଥିବାବେଳେ ଆଉ ୨ ତିନି ମଧ୍ୟରେ ଘରକୁ ଫେରିବେ । ସୋସିଆଲ୍‌ ମିଡିଆ ଏବଂ ଅନ୍ୟ ମାଧ୍ୟମରେ ତାଙ୍କ ଅସୁସ୍ଥ ହେବାର ଖବର ପ୍ରସାରିତ ହେବା ପରେ ତାଙ୍କ ପ୍ରଶଂସକ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Related Posts