କଂଗ୍ରେସରେ ମିଶିଲେ ଅଭିନେତା ମନୋଜ ମିଶ୍ର

ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): କଂଗ୍ରେସରେ ମିଶିଲେ ଅଭିନେତା ମନୋଜ ମିଶ୍ର । ପିସିସି ସଭାପତି, କଂଗ୍ରେସ ପ୍ରଭାରୀ ଓ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ଉପସ୍ଥିତିରେ କଂଗ୍ରେସ ଭବନରେ ମନୋଜ ଦଳରେ ଯୋଗଦେଇଛନ୍ତି ।

କଂଗ୍ରେସରେ ମିଶିବା ପରେ ମନୋଜ କହିଛନ୍ତି, ନେତା ହେବାକୁ ନୁହେଁ ବରଂ ଲୋକଙ୍କ ସେବା କରିବାକୁ ମୁଁ ଆସିଛି । ପଶ୍ଚିମ ଓଡ଼ିଶାରେ ଏବେ ଅନେକ ସମସ୍ୟା ରହିଛି । ସରକାର ଏହା ପ୍ରତି ଦୃଷ୍ଟି ଦେଉନାହାନ୍ତି । ତେଣୁ ଲୋକଙ୍କ ସ୍ୱର ଉଠାଇବାକୁ ମୁଁ କଂଗ୍ରେସରେ ସାମିଲ ହୋଇଛି । ଓଡ଼ିଆ ସିନେମା ପାଇଁ ମୁହଁ ଖୋଲିଲି ବୋଲି ଏବେ ଓଡ଼ିଆ ସିନେମାରେ କିଛି ପରିବର୍ତ୍ତନ ଆସିଛି । ନିର୍ବାଚନ ଲଢିବି କି ନାହିଁ ତାହା ପରବର୍ତ୍ତୀ ସମୟରେ ଦଳ ନିଷ୍ପତ୍ତି ନେବ ।

ସୂଚନାଯୋଗ୍ୟ ଯେ, ପୂର୍ବରୁ ଓଲିଉଡକୁ ନେଇ ଦେଖାଦେଇଥିବା ବିବାଦରେ ମନୋଜ ମିଶ୍ରଙ୍କ ସମର୍ଥନରେ ବାହାରିଥିଲେ ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ।

Related Posts