ଭୁବନେଶ୍ୱର,୧୩/୬(ସତ୍ୟପାଠ ବ୍ୟୁରୋ): ପୁର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାସଭବନ ନବୀନ ନିବାସରୁ ଅପସାରଣ ହେଉଛି ସୁରକ୍ଷା ବ୍ୟବସ୍ଥା । ନବୀନ ନିବାସର ଇନର କର୍ଡନ ସୁରକ୍ଷା ଦାୟିତ୍ୱରେ ଥିବା ସୁରକ୍ଷାକୁ ପ୍ରତ୍ୟାହାର କରି ନିଆଯାଇଛି । ଆଉଟର କର୍ଡନରେ କେବଳ ସୁରକ୍ଷାକର୍ମୀ ଅଛନ୍ତି । ବିରୋଧୀ ଦଳ ନେତା ଚୟନ ହେବା ପର୍ଯ୍ୟନ୍ତ ନବୀନ ନିବାସରେ କିଛି ସୁରକ୍ଷାକୁ ଅପରବର୍ତ୍ତିତ ରଖାଯିବ ବୋଲି ଜଣାପଡ଼ିଛି ।
ସୂଚନାଯୋଗ୍ୟ, ଗତକାଲି ବିଜେପିର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମୋହନ ମାଝୀ । ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀଙ୍କ ଏହି ପଦ ଓ ଗୋପନୀୟତାର ଶପଥ ପାଠ ସହ ରାଜ୍ୟରେ ଆରମ୍ଭ ହୋଇଛି ବିଜେପି ସରକାର ।