ଦିଲ୍ଲୀରେ ଭୋଟ ଦେଲେ ବିଜେଡିର ସମସ୍ତ ରାଜ୍ୟସଭା ଓ ଲୋକସଭା ସାଂସଦ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଦିଲ୍ଲୀରେ ଭୋଟ ଦେଲେ ବିଜେଡିର ସମସ୍ତ ରାଜ୍ୟସଭା ଓ ଲୋକସଭା ସାଂସଦ । ସେପଟେ ବିଧାନସଭାରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ସୋମବାର ଭୋଟ୍ ଗ୍ରହଣ ଜାରି ରହିଛି। ଆଜି ପ୍ରଥମେ ବିଜେପି ବିଧାୟକ ମୁକେଶ ମହାଲିଙ୍ଗ ଭୋଟ୍ ଦେଇଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାାୟକଙ୍କ ସମେତ ଅନ୍ୟ ବିଧାୟକମାନେ ନିଜର ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି।

ସୋମବାର ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ପର୍ୟ୍ୟନ୍ତ ମତଦାନ ହେବାକୁ ଥିବା ବେଳେ ବିଧାନସଭାରେ କେବଳ ଓଡ଼ିଶାର ବିଧାୟକମାନେ ଭୋଟ୍ ଦେବେ। ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ ଅସୁସ୍ଥତା ଯୋଗୁ ଦିଲ୍ଲୀରେ ଥିବାରୁ ସେ ହସପିଟାଲରୁ ଭୋଟ୍ ଦେବେ। ସେହିପରି ଓଡ଼ିଶାର ସମସ୍ତ ସାଂସଦ ଦିଲ୍ଲୀରେ ଭୋଟ୍ ଦେବେ। ଓଡ଼ିଶାରେ ଭୋଟ୍ ଦେବାକୁ କୌଣସି ସାଂସଦ ଅନୁମତି ଆଣିନାହାନ୍ତି।

Related Posts