ବଜେଟ ଅଧିବେଶନକୁ ନେଇ ବସିଥିବା ସର୍ବଦଳୀୟ ବୈଠକ ଶେଷ: ପୂର୍ବ ଭଳି ୫ ଘଣ୍ଟା ଧରି ଚାଲିବ ଗୃହ କାର୍ଯ୍ୟ

ଆସନ୍ତା ୨୩ରୁ ଆରମ୍ଭ ବଜେଟ ଅଧିବେଶନ | ତେବେ ଅଧିବେଶନ ପୂର୍ବରୁ ବସିଥିବା ସର୍ବଦଳୀୟ ବୈଠକ ଶେଷ ହୋଇଛି | ଅଧିବେଶନ ପୂବରୁ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହୋଇଛି | ଯେପରିଗୃହ କାର୍ଯ୍ୟ ସୁରୁଖୁର ରେ ଚଳିବ ସେନେଇ ଆଲୋଚନା ହୋଇଥିବା କହିଛନ୍ତି ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ।

ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ଆଗାମୀ ଦିନରେ ବସିବାକୁ ଥିବା ବଜେଟ ଅଧିବେଶନ ପୂର୍ବରୁ ଯେଉଁ ୫ ଘଣ୍ଟା ଚାଲୁଥିଲା । ଏବେ ସେଇ ୫ ଘଣ୍ଟା ଚାଲିବ । କୋଭିଡ଼ କଟକଣାରେ ବିଧାନସଭାର ଚଳିତ ବଜେଟ ଅଧିବେଶନ ଚାଲିବ । ଅଧିବେଶନ ପୂର୍ବରୁ ସମସ୍ତ ବିଧାୟକ, ମନ୍ତ୍ରୀଙ୍କର କୋଭିଡ଼ ଟେଷ୍ଟ କରାଯିବ । ନେଗେଟିଭ୍‌ ରିପୋର୍ଟ ଥିବା ବ୍ୟକ୍ତିଙ୍କୁ ବିଧାନସଭାରେ ପ୍ରବେଶ ପାଇଁ ଅନୁମତି ମିଳିବ ।

ସୂଚନାଯୋଗ୍ୟ ଯେ, ଆସନ୍ତା ମାର୍ଚ୍ଚ ୨୫ରୁ ଆରମ୍ଭ ହେବ ବିଧାନସଭା ବଜେଟ ଅଧିବେଶନ । ମାର୍ଚ୍ଚ ୨୫ରୁ ମାର୍ଚ୍ଚ ୩୧ ଯାଏଁ ଚାଲିବ ବଜେଟ ଅଧିବେଶନ । ବଜେଟ ଅଧିବେଶନରେ ମୋଟ ୬ଟି କାର୍ଯ୍ୟ ଦିବସ ରହିବ । ପ୍ରଥମ ଦିନ ଗୃହକୁ ସମ୍ବୋଧନ କରିବେ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ୍ । ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଦୁଇ ଦିନ ଧରି ଆଲୋଚନା ହେବ । ୩୦ ତାରିଖରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହରେ କାମଚଳା ବଜେଟ ଆଗତ କରିବେ । ୩୧ ତାରିଖରେ ବଜେଟ ପାରିତ ପାଇଁ ଆସିବ ବ୍ୟୟ ମଂଜୁରୀ ବିଲ୍ ।

Related Posts