ସମସ୍ତ ନିୟମକୁ ମାନି ଶ୍ରୀମନ୍ଦିରର ସୌନ୍ଦର୍ଯ୍ୟକରଣ କରାଯାଉ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି । ଏହା ମଧ୍ୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପରିକ୍ରମା ପ୍ରକଳ୍ପକୁ ନେଇ ବଡ଼ ବୟାନ ଦେଇଛନ୍ତି । ତେବେ ସଂସ୍କୃତି ସମ୍ପନ୍ନ ରାଜ୍ୟ ଓଡ଼ିଶାରେ ମଠ, ମନ୍ଦିରର ଐତିହ୍ୟ ଓ ପରମ୍ପରା ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ରହିଛି । ଶ୍ରୀମନ୍ଦିରର ଚତୁଃପାର୍ଶ୍ୱର ସୌନ୍ଦର‌୍ୟ୍ୟୀକରଣ ନେଇ କାହାର ଆପତ୍ତି ନାହିଁ । ମାତ୍ର ବିଗତ କିଛି ଦିନ ମଧ୍ୟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ଆସୁଥିବା ଖବର ଚିନ୍ତାଜନକ ବୋଲି କହିଛନ୍ତି ।

ଏହା ସହ ଶ୍ରୀମନ୍ଦିର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରୁ ଯେଭଳି ହଜାର ହଜାର ବର୍ଷର ପୁରାତନ ମୂର୍ତ୍ତି ଓ ଅନ୍ୟାନ୍ୟ କୀର୍ତ୍ତିରାଜି ମିଳୁଛି, ସେ ସବୁ ଅଣଦେଖା କରି ପରିକ୍ରମା ଯୋଜନାରେ ଆଧୁନିକୀକରଣ କହିବା ଉଚିତ ନୁହେଁ। ଜଣେ ଜଗନ୍ନାଥ ଭକ୍ତ ଓ ଓଡ଼ିଆ ସଂସ୍କୃତିର ଅନୁଯାୟୀ ଭାବେ ମୋର ଅପେକ୍ଷା; ନିୟମକାନୁନ ପରିଧି ଭିତରେ ଶ୍ରୀମନ୍ଦିରର ସୌନ୍ଦର‌୍ୟ୍ୟକରଣ ହେଉ ବୋଲି ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି । ସେପଟେ ଦୀର୍ଘଦିନ ଚୁପ ରହିବା ପରେ ଏହି ପ୍ରସଙ୍ଗ ଉପରେ ମୁହଁ ଖୋଲିଥିବାରୁ କେନ୍ଦ୍ରମନ୍ତ୍ରୀଙ୍କ ଚର୍ଚ୍ଚା ସାରା ରାଜ୍ୟରେ ବଢ଼ିବାରେ ଲାଗିଛି ।

Related Posts