
ନୀଳଗିରି : ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ବିରୋଧରେ ଆସିଛି ଏକ ସଂଘିନ ମାମଲା । ଜଣେ ନାବାଳିକାକୁ ଦୁଷ୍କର୍ମ କରିଥିବାର ଅଭିଯୋଗ ଆସିଛି ।
ବାଲେଶ୍ୱର ଜିଲ୍ଲା ନୀଳଗିରି ବ୍ଲକ ବରମପୁର ଥାନା ଅଞ୍ଚଳରେ ଏପରି ଘଟଣା ଘଟିଛି ।
ଖବର ଅନୁଯାୟୀ, ନାବାଳାକିଙ୍କୁ ସେହି ଅଞ୍ଚଳ ଜଣେ ୬୨ ବର୍ଷୀୟ ଅବସରପ୍ରାପ୍ତ ସେନା କର୍ମଚାରୀ ଦୁଷ୍କର୍ମ କରିଥିବାର ଅଭିଯୋଗ ଆସିଛି । ଏନେଇ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିଲା । ପରେ ଘଟଣାର ତଦନ୍ତ କରି ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି । ଡାକ୍ତରୀ ମାଇନା ପରେ କୋର୍ଟ ଚାଲାଣ କରାଯିବ ବୋଲି ଜଣାପଡିଛି ।