ଓଡିଶାରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ Published Date: February 28, 2020 ଭୁବନେଶ୍ବର : ଭାରତର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଛନ୍ତି। ସେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ଆଉ କିଛି ସମୟ ପରେ ପୂର୍ବାଞ୍ଚଳ ଆଞ୍ଚଳିକ ପରିଷଦ ବୈଠକରେ ଯୋଗ ଦେବେ ଅମିତ ଶାହ। ତାଙ୍କୁ ବିମାନବନ୍ଦରରେ ଭବ୍ୟ ସ୍ବାଗତ କରାଯାଇଛି। ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ସ୍ବାଗତ କରିବାକୁ ବିମାନବନ୍ଦରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ, ବିଜେପିର ରାଜ୍ୟ ସଭାପତି ସମୀର ମହାନ୍ତି, ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡାଙ୍କ ବ୍ୟତୀତ ବିଧାୟକ, ସାଂସଦ, ପଦାଧିକାରୀମାନେ ଉପସ୍ଥିତ ଥିବାର ଦେଖିବାକୁ ମିଳିଛି।