ଭୁବନେଶ୍ୱର,୧୮/୫(ସତ୍ୟପାଠ ବ୍ୟୁରୋ): ୨୧ ତାରିଖରେ ପୁଣି ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ମେ’ ୨୧ରେ ଗୃହମନ୍ତ୍ରୀ ଓଡ଼ିଶାରେ ୪ଟି ସ୍ଥାନରେ ସଭା କରିବେ । ଓଡ଼ିଶାରେ ପହଞ୍ଚିବା ପରେ ପ୍ରଥମେ ସମ୍ବଲପୁରରେ ବିଶାଳ ଜନସଭା କରିବେ ଶାହ । ଏହାପରେ କେନ୍ଦୁଝର, ପର୍ଜଙ୍ଗ ଓ ନୟାଗଡ଼ ସଭାରେ ଯୋଗ ଦେବେ ଅମିତ ଶାହ । କେନ୍ଦ୍ର ଗୃହମନ୍ତ୍ରୀଙ୍କ ଗସ୍ତକୁ ନେଇ ସୂଚନା ଦେଇଛନ୍ତି ବିଜେପି ଉପସଭାପତି ଗୋଲକ ମହାପାତ୍ର ।
ସେହିପରି ଆସନ୍ତାକାଲି ସନ୍ଧ୍ୟାରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ପହଞ୍ଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୨୦ ତାରିଖ ସକାଳେ ମହାପ୍ରଭୁଙ୍କ ଦର୍ଶନ କରିବା ପରେ ସକାଳ ୮ଟାରେ ରୋଡ୍ ସୋ’ କରିବେ ପ୍ରଧାନମନ୍ତ୍ରୀ । ତାପରେ ଅନୁଗୁଳରେ ସକାଳ ୯ଟା ୩୦ରେ ବିରାଟ ଜନସଭା କରିବା ସହ କଟକରେ ଦିନ ସାଢ଼େ ୧୧ଟାରେ କରିବେ ଜନ ସମାବେଶ । ତା ପୂର୍ବରୁ ୧୯ ତାରିଖରେ ଓଡ଼ିଶା ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ରେଢ଼ାଖୋଲ, ପାଟଣା ଏବଂ ଖୋର୍ଦ୍ଧାରେ ସାଧାରଣ ସଭାରେ ଯୋଗ ଦେବେ ରାଜନାଥ ।