ଯାଜପୁରରେ ସାମ୍ବାଦିକଙ୍କ ଆକ୍ରମଣ ଘଟଣାରେ ଗିରଫ ହେଲେ ଆଉ ଜଣେ ଅଭିଯୁକ୍ତ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଯାଜପୁରରେ ସାମ୍ବାଦିକଙ୍କ ଆକ୍ରମଣ ଘଟଣାରେ ଗିରଫ ହେଲେ ଆଉ ଜଣେ ଅଭିଯୁକ୍ତ । ଏନେଇ ସୂଚନା ଦେଇଛନ୍ତି ଯାଜପୁର ଏସପି । ସେପଟେ ଏହାକୁ ବିରୋଧ କରି ଓଡିଶା କର୍ମଜୀବୀ ସାମ୍ବାଦିକ ସଙ୍ଘ ସଭାପତି ତଥା ବରିଷ୍ଠ ସାମ୍ବାଦିକ ସୁଜ୍ଞାନ ଚୌଧୁରୀଙ୍କ ନେତୃତ୍ୱରେ ରାଜ୍ୟ ନିର୍ବାଚନ କମିଶନଙ୍କୁ ଭେଟି ଦିଆଯାଇଛି ସ୍ମାରକପତ୍ର । ସାମ୍ବାଦିକଙ୍କ ସୁରକ୍ଷା ଦାବି କରି ସ୍ମାରକପତ୍ର ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ଯାଜପୁରରେ ତୃତୀୟ ପର୍ୟ୍ୟାୟ ନିର୍ବାଚନ ବେଳେ ଖବର ସଂଗ୍ରହ କରିବାକୁ ଯାଇଥିବା ସାମ୍ବାଦିକଙ୍କୁ ୪୦ରୁ ୫୦ ଦୁର୍ବୃତ୍ତ ମରଣାନ୍ତକ ଆକ୍ରମଣ କରିଥିଲେ । ବୁଥ୍ ଜବରଦଖଲ କରି ଭୋଟ ବାକ୍ସ ପୋଖରୀକୁ ଫିଙ୍ଗାଯାଉଥିବା ଭିଡିଓ ସୁଟ କରିଥିଲେ ସାମ୍ବାଦିକ । ଆଉ ସେହି ସତ ଲୁଚାଇବାକୁ ଯାଇ ସାମ୍ବାଦିକଙ୍କୁ ସଂଘବଦ୍ଧ ଆକ୍ରମଣ କରିଥିଲେ ଦୁର୍ବୃତ୍ତ ।

Related Posts