ନୂଆପଡ଼ାରେ ପୁଣି ମାଓବାଦୀଙ୍କ ଲଙ୍କାକାଣ୍ଡ; ବିଟ୍ ହାଉସ୍ ଓ ଜେସିବି ମେସିନ୍ ଜାଳି ଦେଲେ

ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ନୂଆପଡ଼ାରେ ପୁଣି ମାଓବାଦୀଙ୍କ ଲଙ୍କାକାଣ୍ଡ। ସଦର ଥାନା ଅନ୍ତର୍ଗତ ଗୋଳାବନ୍ଧ ନାକାପଡ଼ାରେ ବୋମାମାଡ଼ କରି ବିଟ୍ ହାଉସ୍ ଓ ଜେସିବି ମେସିନ୍ ଜାଳି ଦେଲେ ମାଓବାଦୀ। ସେହିପରି ଗୋଟିଏ ଘରେ ସରକାର ବିରୋଧୀ ୮ଟି ଲାଲ୍ ବ୍ୟାନର୍ ମଧ୍ୟ ଲଗାଯାଇଛି।

ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ୧୫ରୁ ୨୦ ଜଣ ସଶସ୍ତ୍ର ମାଓବାଦୀ କେରମେରି ପଞ୍ଚାୟତର ଗୋଳାବନ୍ଧ ନାକାପଡ଼ାରେ ବିଟ୍ ହାଉସ ଉପରକୁ ବୋମାମାଡ଼ କରିଥିଲେ। ଏହାଫଳରେ ବିଟ୍ ହାଉସ୍ ସଂପୂର୍ଣ୍ଣ ଜଳିଯାଇଥିଲା। ଏହାପରେ ସେ‌ମାନେ ଜେସିବି ମେସିନ୍ ଜାଳି ଦେଇଥିଲେ। ତାପରେ ମାଓବାଦୀମାନେ ଲାଲେଶ୍ବର ପାଣ୍ଡେଙ୍କ ଘରେ ସରକାର ବିରୋଧୀ ୮ଟି ଲାଲ୍ ବ୍ୟାନର୍ ଲଗାଇ ଚାଲିଯାଇଥିଲେ।

ନୂଆପଡ଼ାରୁ ଏହି ଗାଁ ମାତ୍ର ୧୨ କିଲୋମିଟର ଦୂରରେ ହୋଇଥିବାବେଳେ ଏପର୍ଯ୍ୟନ୍ତ ପୁଲିସ ପହଞ୍ଚି ନଥିବା ଜଣାଯାଇଛି। ଅନ୍ୟପଟେ ଏଭଳି ଘଟଣାକୁ ନେଇ ଗ୍ରାମବାସୀ ଭୟଭୀତ ଅବସ୍ଥାରେ ଥିବା ସୂଚନା ମିଳିଛି।

Related Posts