
ଭୁବନେଶ୍ବର: ଦକ୍ଷିଣ ମିଆଁମାର ଏବଂ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଫଳରେ ଏହାର ପ୍ରଭାବରେ ଆସନ୍ତା ୧୯ ତାରିଖରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୧୮ ଓ ୧୯ ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି ।
ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ, ୧୯ରେ ଆଉ ଏକ ଲଘୁଚାପ । ଆଜି ସକାଳେ ଦକ୍ଷିଣ ମିଆଁମାର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳ ଉପରେ ବାୟୁମଣ୍ଡଳରେ ୫.୮କିମି ଯାଏଁ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବା ଯୋଗୁଁ ଆଉ ଏକ ଲଘୁଚାପ ସୃଷ୍ଟି ହେବ । ଯାହାର ପ୍ରଭାବରେ ଗୁରୁବାରଠାରୁ ରାଜ୍ୟରେ ବର୍ଷାର ବୃଦ୍ଧି ପାଇବ । ସକାଳ ୮.୩୦ ସୁଦ୍ଧା ଢେଙ୍କାନାଳ, ସୁନ୍ଦରଗଡ, ଦେଓଗଡ଼, ଝାରସୁଗୁଡା, ସମ୍ବଲପୁର, ଅନୁଗୁଳ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର ଓ କଟକରେ ପ୍ରବଳ ବର୍ଷ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।୧୯ ତାରିଖରେ ରାଜ୍ୟର ୧୭ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ ୧୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ସେହିଭଳି ୨୦ ତାରିଖରେ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବାବେଳେ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ୨୦ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ ହୋଇଛି । ରାଜ୍ୟର ସମସ୍ତ ନଦୀ ଅବବାହିକାରେ ବର୍ଷା ହେବ । ତେବେ ୧୮ ତାରିଖରୁ ୨୦ ତାରିଖ ଯାଏଁ ତିନି ଦିନ ଧରି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଆକଳନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।