ଆସନ୍ତା ୧୮ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା

ନୂଆଦିଲ୍ଲୀ : ରାଜ୍ୟରେ ଏବେ ଲଘୁଚାପ ଜନିତ ବର୍ଷା ଜାରି ରହିଛି । ଫଳରେ ଗତ ଦୁଇ ଦିନ ହେଲା ଅନେକ ସ୍ଥାନରେ ବର୍ଷା ହେଉଥିବା ଦେଖିବାକୁ ମିଳିଛି । ତେବେ ୨୪ ଘଣ୍ଟା ଭିତରେ ଅବପାତରେ ପରିଣତ ହେବ ସୁଦୃଶ୍ୟ ଲଘୁଚାପ। ଯାହାର ପ୍ରଭାବରେ ରବିବାର ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହା ପରେ ୧୨ ଓ ୧୩ ତାରିଖରେ ବର୍ଷାର ପରିମାଣ କମିଯିବ।

ସେହିପରି ଆସନ୍ତା ୧୮ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏନେଇ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆ ଯାଇଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ବର୍ତ୍ତମାନ ସମୁଦ୍ର ରେ ୪୦ ରୁ ୫୦ କିଲୋମିଟର ବେଗରେ ପବନ ପ୍ରବାହିତ ହେଉଛି ।

Related Posts