୨୪ ରେ ଆଉ ଏକ ଲଘୁଚାପ: ୨୫ରୁ ୨୭ ପ୍ରବଳ ବର୍ଷା ସମ୍ଭାବନା

(ସତ୍ଯପାଠ ବ୍ୟୁରୋ) ଭୁବନେଶ୍ୱର : ଗତକାଲି ଠାରୁ ମିଆଁମାର ଉପକୂଳ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏ ଘୂର୍ଣ୍ଣିବଳୟ ମିଆଁମାର ଉପକୂଳ ଓ ତତ୍‌ସଂଲଗ୍ନ ମାର୍ଟାବାନ ଉପକୂଳ ଅଞ୍ଚଳରେ ସକ୍ରିୟ ହେଉଥିବାରୁ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଉତ୍ତର-ପୂର୍ବ ଓ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ପହଞ୍ଚିବ। ଆଞ୍ଚଳିକ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ୨୪ ତାରିଖ ସନ୍ଧ୍ୟା ସୁଦ୍ଧା ଏହି ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବ। ୨୬ ତାରିଖ ରାତି ବେଳକୁ ଏହା ଓଡ଼ିଶା ଉପକୂଳରେ ପହଞ୍ଚିବାର ସମ୍ଭାବନା ରହିଛି । 

ଏହା ପ୍ରଭାବରେ ୨୫ରୁ ୨୭ ତାରିଖ ମଧ୍ୟରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି । ଏହି ଲଘୁଚାପ ପ୍ରଭାବରେ କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି। ଏହି ଜିଲ୍ଲାର ଜିଲାପାଳମାନଙ୍କୁ ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

Related Posts