ଆସୁଛି ଆଉ ଏକ ଲଘୁଚାପ, ଆସନ୍ତା ୯ ତାରିଖରୁ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଏହାରି ପ୍ରଭାବରେ ଆସନ୍ତା ୯ ତାରିଖରୁ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ର୍ପୂବାନୁମାନ କରିଛି ।

ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ୧୦ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ୧୦ ଜିଲ୍ଲା ହେଲେ ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, ନୂଆପଡ଼ା, ବୌଦ୍ଧ, ବଲାଙ୍ଗିର, ସୁବର୍ଣ୍ଣପୁର, ଅନୁଗୁଳ । ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟପକ୍ଷରେ ସମ୍ଭାବ୍ୟ ବର୍ଷାକୁ ନେଇ ପ୍ରସ୍ତୁତ ରଖିବାକୁ ଏସ୍‌ଆର୍‌ସି ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏ ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ କୁହାଯାଇଛି।

Related Posts