ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ଆସନ୍ତା ୧୯ ଅଗଷ୍ଟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି।
ଅନ୍ୟପଟେ, ଅବପାତ ପ୍ରଭାବରେ ଗତ ୨୪ ଘଣ୍ଟାରେ କଳାହାଣ୍ଡି ଜିଲାର ଥୁ.ରାମପୁରରେ ସର୍ବାଧିକ ୩୬୮ ମିମି ବର୍ଷା ରେକର୍ଡ କରାଯାଇଛି।୭ଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ଅର୍ଥାତ ୨୦୦ ମିମି.ରୁ ଅଧିକ ବର୍ଷା ହୋଇଛି। ସେହିପରି ୪୩ଟି ସ୍ଥାନରେ ଅତି ପ୍ରବଳ ବର୍ଷା ଅର୍ଥାତ୍୧୧୫ରୁ ୨୦୦ ମିମି ବର୍ଷା ହୋଇଛି। ଆଉ ୫୬ଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି ବୋଲି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି। ସେପଟେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ କ୍ରମାଗତ ଭାବରେ ରାଜ୍ୟର ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ଜଳସ୍ତର ବୃଦ୍ଧି ଯୋଗୁ ରାଜ୍ୟରେ ବନ୍ୟା ହେବାର ଆଶଙ୍କା ରହିଛି। ତେବେ ସମ୍ଭାବ୍ୟ ବନ୍ୟା ପରିସ୍ଥିତି ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା ସ୍ଵତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସୂଚନା ଦେଇ କହିଛନ୍ତି ।





