ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମକୁ ଡ଼କାନଯିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ୭୪ ତମ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମକୁ ଡ଼କାନଯିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା ଷଡ଼ଙ୍ଗୀ । ଅପରାଜିତା ଚିଠିରେ ଏହି ଘଟଣାକୁ ସାମ୍ବିଧାନିକ ପଦବୀ ପ୍ରତି ଅସମ୍ମାନ ବୋଲି ଦର୍ଶାଇଥିବାବେଳେ ରାଜଧାନୀର ଲୋକପ୍ରତିନିଧି ଭାବେ ଆମନ୍ତ୍ରଣ ପାଇବା ତାଙ୍କ ଅଧିକାର ବୋଲି ଲେଖିଛନ୍ତି । ଘଟଣାର ତଦନ୍ତ କରି ଏଥିପାଇଁ ଯେଉଁମାନେ ଦାୟୀ ସେମାନଙ୍କୁ ଚିହ୍ନଟ କରିବାକୁ ଅପରାଜିତା ଦାବି କରିଛନ୍ତି । ଅପରାଜିତା ଲେଖିଛନ୍ତି ଯେ ଆମର ରାଜନୈତିକ ବିଚାରଧାରା ଭିନ୍ନ ହୋଇପାରେ ।

କିନ୍ତୁ ଲୋକପ୍ରତିନିଧି ଭାବରେ ସୌଜନ୍ୟତା ଦୃଷ୍ଟିରୁ ରାଜ୍ୟ ସରକାର ଏବାବଦରେ କିଛି ଚିନ୍ତା କରିବା ଦରକାର ବୋଲି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ କହିଛନ୍ତି । ସେପଟେ ୪ ତମ ରାଜଧାନୀ ପ୍ରତିଷ୍ଠା ଦିବସରେ ଆଜି ସ୍ୱତନ୍ତ୍ର କାର‌୍ୟ୍ୟକ୍ରମ ଅନୁଷ୍ଠିତ ହୋଇଥିବାବେଳେ ଏଥିରେ ପୁଳା ପୁଳା ମନ୍ତ୍ରୀଙ୍କ ସହ ସଚିବମାନଙ୍କୁ ନିମନ୍ତ୍ରଣ କରାଯାଇଥିଲେ ବି ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀଙ୍କୁ ଡକାଯାଇନଥିଲା । ଏ ଖବର ସାମ୍ନାକୁ ଆସିବା ପରେ ସାରା ଦେଶର ରାଜନୈତିକ ମାହୋଲ ବେଶ ଚଳଚଞ୍ଚଳ ହୋଇ ଉଠିଛି ।

Related Posts