ଭୁବନେଶ୍ଵର(ସତ୍ୟପାଠ ବ୍ୟୁରୋ): ରାତି ପାହିଲେ ମହାପ୍ରଭୁଙ୍କ ସ୍ନାନ ଯାତ୍ରା। ଏନେଇ ଭକ୍ତ୍ତଙ୍କ ମନରେ ଖୁସିର ଲାହୋରି ଖେଳି ଯାଇଛି । ଏଥିପାଇଁ ପୁଲିସ୍ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୫ ପ୍ଲାଟୁନ୍ ପୁଲସ୍ ଫୋର୍ସ ମୁତୟନ କରାଯାଇଥିବା ବେଳେ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ସିସିଟିଭି ଖଞ୍ଜା ଯାଇଛି।ମହାପ୍ରଭୁଙ୍କ ସ୍ନାନଯାତ୍ରା ଶାନ୍ତି ଶୃଙ୍ଖଳାରେ ସମାପନ ପାଇଁ ଆଜି ବସିଥିଲା ସମୀକ୍ଷା ବୈଠକ।
ଏଡିଜି ଆଇନଶୃଙ୍ଖଳା ଆର.କେ ଶର୍ମା, କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ଓ ପୁରୀ ଏସ୍ପି କେ. ବିଶାଲ ସିଂହଙ୍କ ସହ ବହୁ ବରିଷ୍ଠ ପୁଲିସ ଅଧିକାରୀ ଉପସ୍ଥିତ ଥିଲେ। ମହାପ୍ରଭୁଙ୍କ ଏହି ଯାତ୍ରା ଦେଖିବା ପାଇଁ ମଙ୍ଗଳବାର ୪ ଲକ୍ଷରୁ ଅଧିକ ଭକ୍ତ ସମାଗମ ହେବାର ସମ୍ଭାବନା ରହିଛି। ଏହାକୁ ଆଖି ଆଗରେ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି।
