ଏପ୍ରିଲ ୩ରେ ଅତାବିରା ଓ ହିନ୍ଦୋଳ ଏନଏସି ନିର୍ବାଚନ

ଭୁବନେଶ୍ଵର,୨୮/୨(ସତ୍ୟପାଠ ବ୍ୟୁରୋ): ବରଗଡ଼ ଜିଲ୍ଲାର ଅତାବିରା ଓ ଢେଙ୍କାନାଳ ଜିଲ୍ଲାର ହିନ୍ଦୋଳ ଏନଏସି ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି। ଅତାବିରା ଓ ହିନ୍ଦୋଳ ଏନଏସିର କାଉନସିଲର ଓ ଚେୟାରମ୍ୟାନ ପଦବୀ ପାଇଁ ନିର୍ବାଚନ ହେବ। ଆସନ୍ତା ଏପ୍ରିଲ ୩ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ଏ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନା ଅନୁସାରେ, ଆଜିଠୁ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି। ଆସନ୍ତା ମାର୍ଚ୍ଚ ୩ ତାରିଖରେ ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ମାର୍ଚ୍ଚ ୯ରୁ ୧୫ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିବେ। ମାର୍ଚ୍ଚ ୧୭ ରେ ନାମାଙ୍କନ ପତ୍ର ଯାଞ୍ଚ ହେବ। ତେବେ ପ୍ରାର୍ଥୀ ମାର୍ଚ୍ଚ ୨୦ ତାରିଖରେ ନାମାଙ୍କନ ପ୍ରତ୍ୟାହାର କରି ପାରିବେ। ଏପ୍ରିଲ ୩ ତାରିଖରେ ଭୋଟ ଗହଣ ହେବ। ଏପ୍ରିଲ ୫ରେ ଭୋଟ ଗଣତି ଓ ଫଳାଫଳ ଘୋଷଣା ହେବ।

Related Posts