ବାହୁଡ଼ା ଯାତ୍ରା ପ୍ରସ୍ତୁତି: ମଧ୍ୟାହ୍ନ ୧୨ଟାରୁ ୨.୩୦ ମଧ୍ୟରେ ପହଣ୍ଡି

ପୁରୀ : ଲୀଳାଖେଳ ସାରି ବାହୁଡ଼ିବେ ମହାପ୍ରଭୁ । ଆସନ୍ତାକାଲି ବାହୁଡ଼ା ଯାତ୍ରା । ତେବେ ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି ।

ଆସନ୍ତାକାଲି ବାହୁଡ଼ା ଯାତ୍ରା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି ।‌ ୭୫ପ୍ଲାଟୁନ ପୋଲିସ ଫୋର୍ସ ସହ ୧୦୦୦ ପୋଲିସ ଅଧିକାରୀ ମୁତୟନ ରହିବେ ।

ଆସନ୍ତାକାଲି ଭୋର ୪ ଟାରେ ମଙ୍ଗଳ ଆଳତି, ଭୋର ୪.୧୫ରେ ମଇଲମ, ୪.୩୦ରେ ତଡ଼ପଲାଗି,‌ ରୋଷହୋମ, ୫ଟାରେ ଅବକାଶ, ୫.୧୫ରେ ସୂର୍ଯ୍ୟପୂଜା, ୫.୩୦ରେ ଦ୍ଵାରପାଳ ପୂଜା, ବେଶ ଶେଷ ହୋଇ ସକାଳ ୫.୪୫ରୁ୬.୪୫ ମଧ୍ୟରେ ଗୋପାଳ ବଲ୍ଲଭ ଓ ସକାଳ ଧୂପରେ କେବଳ ଖେଚୁଡ଼ି ଭୋଗ, ସକାଳ ୭ଟାରୁ ୧୧.୩୦ ସେନାପଟା ଲାଗି, ୧୧.୪୫ରେ ମଙ୍ଗଳାର୍ପଣ, ମଧ୍ୟାହ୍ନ ୧୨ଟାରୁ ୨.୩୦ ମଧ୍ୟରେ ବାହୁଡ଼ା ପହଣ୍ଡି, ଅପରାହ୍ନ ୧ଟାରୁ ୨.୩୦ ମଧ୍ୟରେ ବେଶ ଶେଷ, ଅପରାହ୍ନ ୨.୩୦ରୁ ୩.୩୦ ଛେରାପହଁରା, ଅପରାହ୍ନ ୩ ଟାରୁ ୪ଟା ମଧ୍ୟରେ ଚାରମାଳ ଫିଟା ଓ ୪ ଟାରେ ରଥ ଟାଣିବା ପାଇଁ ନୀତି ନିର୍ଘଣ୍ଟ ହୋଇଛି ।

Related Posts