ଭୁବନେଶ୍ୱର,୦୧/୬(ସତ୍ୟପାଠ ବ୍ୟୁରୋ): ଆରମ୍ଭରୁ ବିଭିନ୍ନ ସ୍ଥାନରେ EVM ଅଚଳ, ମତଦାନ ବାଧାପ୍ରାପ୍ତ । କେନ୍ଦ୍ରାପଡ଼ା ଜିଲ୍ଲା ଆଳିର ବୁଥ୍ ନଂ ୧୯୬ ଓ ବେଲପାଳର ୧୦୬ ନଂ ବୁଥ୍, ଗରଦପୁର ବ୍ଲକର ବସନ୍ତପୁରର ୨୫୪ନଂ ବୁଥ୍ ଓ ନିଆଳିର ୨୩୮ନଂ ବୁଥରେ ଇଭିଏମରେ ତ୍ରୁଟି ଦେଖାଯାଇଛି। ଏଥିସହ କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ାର ୧୭୮, ୧୮୯, ୧୯୦, ୧୯୧ ଓ ୧୯୩ ନଂ ବୁଥ ସମେତ ୩୦ଟି ବୁଥରେ ଇଭିଏମ୍ ଅଚଳ ଯୋଗୁ ମତଦାନ ବାଧା ପ୍ରାପ୍ତ ହୋଇଛି। ଇଭିଏମ୍ ଖରାପ ହୋଇ ଯାଇଥିବାରୁ ଘଣ୍ଟାଏରୁ ଊର୍ଦ୍ଧ୍ୱ ସମୟ ଧରି ଭୋଟର ଲାଇନ୍ରେ ଛିଡ଼ା ହୋଇଥିଲେ। ଏହାପରେ ବହୁ ଭୋଟର ଅସନ୍ତୁଷ୍ଟ ହୋଇ ଫେରି ଯାଇଥିବା ଜଣାଯାଇଛି।
ସେହିପରି କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରାର ୨୮୬ନଂ ବୁଥ, ଡେରାବିଶର ୧୪ନଂ ଓ ୧ନଂ ବୁଥ୍, ବାଲିପଡ଼ାର ୧୨୧, ୧୨୨ନଂ ବୁଥ୍, କେନ୍ଦ୍ରାପଡ଼ାର ୧୩୪ନଂ ବୁଥ ଓ ବେଲପାଳର ୧୦୬ନଂ ବୁଥରେ ଇଭିଏମରେ ତ୍ରୁଟି ପରିଲକ୍ଷିତ ହୋଇଛି।
ଏଥିସହ ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀର ୧୪୨ ନଂ ବୁଥ, ଭଦ୍ରକ ବଳଭଦ୍ର ୟୁପି ସ୍କୁଲର ୨୧୩ ନଂ ବୁଥ, ଭଦ୍ରକ ୨୧୩ ନଂ ବୁଥ ଓ ବାସୁଦେବପୁର ୫୭ନଂ ବୁଥ୍ରେ ଇଭିଏମରେ ତ୍ରୁଟି ପରିଲିକ୍ଷିତ ହୋଇଛି।
ସେହିପରି ବାଲେଶ୍ୱର ସଦରର ବୁଥ ନଂ ୧୫୩, ବସ୍ତାର ବୁଥ ନଂ ୨୬, ବାଲେଶ୍ୱରର ବୁଥ ନଂ ୧୩୬, ୧୬୯ନଂ ଓ ୧୧୧ନଂ ବୁଥରେ ଇଭିଏମ୍ ଅଚଳ ହୋଇଛି। ଜଳେଶ୍ୱରର ୨୫ ନଂ ଓ ୯୮ନଂ ବୁଥ୍ରେ ଇଭିଏମରେ ତ୍ରୁଟି ପରିଲକ୍ଷିତ ହୋଇଛି। ଫଳରେ ମତଦାନ ବିଳମ୍ବ ହୋଇଛି।
ତେବେ ଆଜି ରାଜ୍ୟରେ ଆଜି ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ଭୋଟ୍। ସକାଳ ୭ରୁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି। ଏହା ପୂର୍ବରୁ ବିଭିନ୍ନ ସ୍ଥାନରେ ମକ୍ ପୋଲିଂ ଆରମ୍ଭ ହୋଇଥିଲା। ସକାଳୁ ସକାଳୁ ବୁଥମାନଙ୍କରେ ଭୋଟରମାନେ ଭିଡ଼ ଲାଗିଛି । ଆଜି ୬ ଲୋକସଭା ଆସନ କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ଯାଜପୁର, ବାଲେଶ୍ବର ଏବଂ ମୟୂରଭଂଜ ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ମତଦାନ ହେଉଛି।