ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ବାଲିଅନ୍ତା ସୌମ୍ୟ ମୃତ୍ୟୁ ମାମଲାରେ ଆଉ ଜଣକୁ ଗିରଫ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଏହାକୁ ମିଶାଇ ୧୪ ପହଞ୍ଚିଲା ଗିରଫ ସଂଖ୍ୟା । ଅଭିଯୁକ୍ତକୁ ଆଜି କୋର୍ଟ ଚାଲାଣ କରିପାରେ କ୍ରାଇମବ୍ରାଞ୍ଚ । ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ କୌଣସି ବିଦ୍ଧିବଦ୍ଧ ଭାବେ ସୂଚନା ମିଳିନାହିଁ । ଗତ ୧୪ ତାରିଖରେ ମୁଖ୍ୟ ଅଭିଯୁକ୍ତ ଚିନୁ ଓରଫ ରଞ୍ଜିତ ପାତ୍ରକୁଗିରଫ କରିଥିଲା କ୍ରାଇମ୍ବ୍ରାଞ୍ଚ । ଏହି ଘଟଣାରେ ଆହୁରି ଅନେକଙ୍କ ସମ୍ପୃକ୍ତି ଥିବା କ୍ରାଇମବ୍ରାଞ୍ଚ ତଦନ୍ତରୁ ଜାଣିବାକୁ ପାଇଛି । ତାଙ୍କୁ ଗିରଫ କରିବା ପାଇଁ ସବୁ ଉଦ୍ୟମ ଜାରି ରହିଛି ।

ପୂର୍ବରୁ ଥାନା ଓ କ୍ରାଇମସ୍ପଟ୍କୁ ଯାଇ ଅଧିକ ତନାଘନା କରିଥିଲା କ୍ରାଇମବ୍ରାଞ୍ଚ । ଏକାଧିକ ଲୋକଙ୍କ ବୟାନ ରେକର୍ଡ, ସାଇଣ୍ଟିଫିକ୍ ଏଭିଡେନ୍ସ ଜରିଆରେ ତଦନ୍ତ ଚଳାଇଛି କ୍ରାଇମବ୍ରାଞ୍ଚ । ଏଥିରେ ଅନ୍ୟମାନଙ୍କ ସମ୍ପୃକ୍ତି ନେଇ ମଧ୍ୟ ତନାଘନା ଚଳାଇଛି କ୍ରାଇମବ୍ରାଞ୍ଚ । ଆବଶ୍ୟକ ପଡିଲେ କିଛି ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣିବ କ୍ରାଇମବ୍ରାଞ୍ଚ । ଆଉ ୧୨ ଜଣଙ୍କ ସଂପୃକ୍ତି ନେଇ କ୍ରାଇମବ୍ରାଞ୍ଚକୁ କିଛି ତଥ୍ୟ ପ୍ରମାଣ ମିଳିଛି ବୋଲି କ୍ରାଇମବ୍ରାଞ୍ଚ ଡିଆଇଜି କହିଛନ୍ତି।