ଭୁବନେଶ୍ୱର,୩/୬(ସତ୍ୟପାଠ ବ୍ୟୁରୋ): ବାଲେଶ୍ବରଠାରୁ ୨୨ କିମି ଦୂର ବାହାନଗା ରେଳ ଷ୍ଟେସନ୍ ପଣପଣାଠାରେ ଘଟିଥିବା ଭୟାନକ ଦୁର୍ଘଟଣାସ୍ଥଳରେ ପହଞ୍ଚିଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ। ସେ ଏଠାକାର ସ୍ଥିତି ଅନୁଧ୍ୟାନ କରୁଛନ୍ତି। ଉଦ୍ଧାର କାର୍ଯ୍ୟ ଓ ଗୁରୁତର ତଥା ଆହତମାନଙ୍କର ଚିକିତ୍ସା ବ୍ୟବସ୍ଥା ନେଇ ସେ ବିଭାଗୀୟ ଅଧିକାରୀମାନଙ୍କ ସହ ଆଲୋଚନା କରୁଛନ୍ତି।
ଏହି ଅବସରରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ କହିଛନ୍ତି, ଏହା ବଡ଼ ରେଳ ଦୁର୍ଘଟଣା। ରେଳବାଇ, ଏନଡିଆରଏଫ, ଏସଡିଆରଏଫ ଏବଂ ରାଜ୍ୟ ସରକାର ଉଦ୍ଧାର କାର୍ଯ୍ୟ କରୁଛନ୍ତି। ସର୍ବୋତ୍ତମ ସମ୍ଭାବ୍ୟ ସ୍ୱାସ୍ଥ୍ୟସେବା ଯୋଗାଇ ଦିଆଯିବ। ଗତକାଲି କ୍ଷତିପୂରଣ ଘୋଷଣା କରାଯାଇଥିଲା। ଏହା ବିଷୟରେ ତଦନ୍ତ ପାଇଁ ଏକ ଉଚ୍ଚ ସ୍ତରୀୟ କମିଟି ଗଠନ କରାଯାଇଛି ବୋଲି ସେ କହିଛନ୍ତି।





