ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କୁ ଭେଟିଲେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି

ଭୁବନେଶ୍ୱର : ରବିବାର( ଆଜି) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କୁ ଭେଟିଛନ୍ତିବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି । ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି-୨୦ ଦେଖିବାକୁ ଆସିଥିବା ବେଳେ, ମ୍ୟାଚ୍ ପୂର୍ବରୁ ଗାଙ୍ଗୁଲି ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ। ହକି ଇଣ୍ଡିଆର ଜର୍ସି ଦେଇ ଗାଙ୍ଗୁଲିଙ୍କୁ ସ୍ବାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ।

ଏହି ସାକ୍ଷାତ ସମୟରେ ଓସିଏ ସମ୍ପାଦକ ସଞ୍ଜୟ ବେହେରା, ୫ଟି ସଚିବ ଭିକେ ପାଣ୍ଡିଆନ, ପୂର୍ବତନ ଖେଳାଳି ଦେବାଶିଷ ମହାନ୍ତି, ଓସିଏ ସଭାପତି ପଙ୍କଜଲୋଚନ ମହାନ୍ତି, ପ୍ରମୁଖ ଉପସ୍ଥିତ ଥିଲେ।

ବିଶ୍ବସ୍ତରରେ ହକିକୁ ପହଞ୍ଚାଇବା ପାଇଁ ନବୀନଙ୍କ ଉଦ୍ୟମଙ୍କୁ ପ୍ରଶଂସା କରିଛନ୍ତି ଗାଙ୍ଗୁଲି।

Related Posts