ଶପଥ ପୂର୍ବରୁ ଓଡ଼ିଶାର ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ଭାବୀ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୧୨/୬(ସତ୍ୟପାଠ ବ୍ୟୁରୋ): ଆଜି ଶପଥ ଗ୍ରହଣ କରିବେ ଓଡ଼ିଶାର ଭାବୀ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ତା ପୂର୍ବରୁ ସେ ରାଜଧାନୀରେ ଥିବା ଓଡ଼ିଶାର ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି। ସେ ଆଜି ସକାଳେ ଗୋପବନ୍ଧୁ ଛକ ସମେତ ରାଜଧାନୀର ବିଭିନ୍ନ ସ୍ଥାନରେ ଓଡ଼ିଶାର ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି। ତାଙ୍କ ସହ ଦୁଇ ଭାବୀ ଉପ ମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଏବଂ ପ୍ରଭାତି ପରିଡ଼ା ମଧ୍ୟ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି। ବାଣୀବିହାରରେ ଭାବୀ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମା ସରସ୍ବତୀଙ୍କ ଆଶୀର୍ବାଦ ନେଇଛନ୍ତି। ସେ ଉତ୍କଳମଣି ଗୋପବନ୍ଧୁ ଦାସ, ଫକୀରମୋହନ ସେନାପତି ଓ ଧରଣୀ ଭୂୟାଁ ପ୍ରମୁଖ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି। ସେ ବୀରସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଧାମନଗର ବିଧାୟକ ସୂର୍ଯ୍ୟବଂଶୀ ସୂରଜ, ବିଧାୟକ ବାବୁ ସିଂ, ବରିଷ୍ଠ ବିଜେପି ନେତା ଗୋଲକ ମହାପାତ୍ର ଓ ପ୍ରିୟଦର୍ଶୀ ମିଶ୍ର ପ୍ରମୁଖଙ୍କୁ ମଧ୍ୟ ଦେଖିବାକୁ ମିଳିଛି।

ଏଣେ ଆଜି ସନ୍ଧ୍ୟାରେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ବିଜେପି ସରକାରର ପ୍ରଥମ କ୍ୟାବିନେଟ ବୈଠକ ବସିବ।

Related Posts