
ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଭୁବନେଶ୍ୱରରେ ଆଜି ରେକର୍ଡ ହେଲା ଚଳିତ ବର୍ଷର ସର୍ବୋଚ୍ଚ ତାପମାତ୍ରା । ଭାରତୀୟ ପାଣିପାଗ ବିଭାଗର ରିପୋର୍ଟ ଅନୁସାରେ ଆଜି ଦିନର ତାପାମାତ୍ରା ସର୍ବାଧିକ ୪୩.୩ ଡିଗ୍ରି ରେକର୍ଡ କରାଯାଇଛି। ଏହା ହେଉଛି ରାଜ୍ୟର ସର୍ବୋଚ୍ଚ ତାପମାତ୍ରା। ସ୍ଥାନୀୟ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ରିପୋର୍ଟ ଅନୁସାରେ ଭୁବନେଶ୍ୱର ବ୍ୟତୀତ ରାଜ୍ୟର ଅନ୍ୟ ସହରରେ ମଧ୍ୟ ଆଜି ପ୍ରବଳ ଖରା ହୋଇଛି।
କଟକରେ ଆଜି ୪୧ ଡିଗ୍ରି ତାପମାତ୍ରା ରେକର୍ଡ ହୋଇଛି। ପାଣିପାଗ ବିଭାଗର ରିପୋର୍ଟ ଅନୁସାରେ ୨୦୧୧ ପରଠାରୁ ଏପ୍ରିଲ ମାସରେ ଆଜି ତୃତୀୟ ସର୍ବାଧିକ ତାପମାତ୍ରା ରେକର୍ଡ ହୋଇଛି। ୨୦୧୬ ଏପ୍ରିଲ ୧୧ରେ ଭୁବନେଶ୍ବରରେ ତାପମାତ୍ରା ୪୫.୮ ଡିଗ୍ରି ରେକର୍ଡ ହୋଇଥିଲା। ୨୦୧୯ ଏପ୍ରିଲ ୧୬ରେ ଏଠାକାର ତାପମାତ୍ରା ୪୩.୭ ଡିଗ୍ରି ଥିଲା। ଏହା ପୂର୍ବରୁ ଭୁବନେଶ୍ବରରେ ଗତକାଲି ତାପମାତ୍ରା ୪୧.୭ ଡିଗ୍ରି ରେକର୍ଡ କରାଯାଇଥିଲା। ଶୁକ୍ରବାର ମଧ୍ୟ ଏଠାରେ ୪୦.୮ ଡିଗ୍ରି ରେକର୍ଡ କରାଯାଇଥିଲା। ସେହିପରି ଭୁବନେଶ୍ବରରେ ଗତ ୧୮ ତାରିଖରେ ୪୦.୨ ଡିଗ୍ରି ରେକର୍ଡ କରାଯାଇଥିଲା।