ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଭୁବନେଶ୍ୱରରେ ହେବ ସାଇନ୍ସ ସିଟି । ଏନେଇ ୩୦ ଏକର ଜମି ପ୍ରଦାନ କଲେ ରାଜ୍ୟ ସରକାର । ତେବେ ଶିଶୁ ଓ ଯୁବପୀଢିଙ୍କ ମଧ୍ୟରେ ବିଜ୍ଞାନକୁ ଲୋକପ୍ରିୟ କରିବା ପାଇଁ ସରକାର ଏହିଭଳି ଏକ ବଡ ନିସ୍ପତ୍ତି ନେଇଛନ୍ତି । ସେପଟେ କଲିକତାରେ ଥିବା ସାଇନ୍ସ ସିଟି ଭଳି ଏହାକୁ ପ୍ରତିଷ୍ଠା କରାଯିବ ବୋଲି ସୂଚନା ମିଳିଛି । ଅନ୍ୟପଟେ ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଏହାକୁ ଅନୁମୋଦନ କରିଛନ୍ତି ।ଭୁବନେଶ୍ୱରରେ ସାଇନ୍ସ ସିଟି ଖୋଲିଲେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଜ୍ଞାନ ଜ୍ଞାନ ଆହୁରି ବୃଦ୍ଧି ପାଇବ ।

କେବଳ ଏତିକି ନୁହେଁ ଏହା ଦ୍ୱାରା ଛାତ୍ରଛାତ୍ରୀଙ୍କ ମଧ୍ୟରେ ଥିବା ବୈଜ୍ଞାନିକ ତଥ୍ୟ ଓ ତ୍ରୁଟିକୁ ସୁଧାରିବାରେ ସାଇନ୍ସ ସିଟି ସହାୟକ ହୋଇପାରିବ । ସେହିଭଳି ପୁରୀ ଠାରେ ଜିଲ୍ଲା ବିଜ୍ଞାନ ଓ ପ୍ଲାନେଟୋରିୟମ୍ କେନ୍ଦ୍ର ପ୍ରତିଷ୍ଠା ହେବ । ସେଠାରେ ଜଗନ୍ନାଥ ସଂସ୍କୃତିର ସମସ୍ତ ତଥ୍ୟ ସ୍ଥାନ ପାଇବ । ସାତକୋଶିଆ ଅଂଚଳରେ ଜାତୀୟ ସ୍ତରର ଆଞ୍ଚଳିକ ସାତକୋଶିଆ ବାୟସ୍ପିୟାର ମ୍ୟୁଜିୟମ ହେବ ବୋଲି ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଅଶୋକ ପଣ୍ଡା ବିଧାନସଭାରେ ଉତ୍ତର ରଖି କହିଛନ୍ତି । ଏ ଖବର ସାମ୍ନାକୁ ଆସିବା ପରେ ସାରା ରାଜ୍ୟର ରାଜନୈତିକ ମାହୋଲ ବେଶ ଚଳଚଞ୍ଚଳ ହୋଇ ଉଠିଛି ।