ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଦିଲ୍ଲୀ ଅଲିପୁରରେ ବଡ ଦୁର୍ଘଟଣା । ତେବେ ଆଲିପୁରରେ ଏକ ନିର୍ମାଣାଧୀନ କାନ୍ଥ ଭୁଶୁଡ଼ିବା କାରଣରୁ ୫ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେହିପରି ଏହି ଦୁର୍ଘଟଣାରେ ଏବେ ବି ୯ ଜଣ ଶ୍ରମିକ ଫସିରହିଥିବାରୁ ସେମାନଙ୍କୁ ଉଦ୍ଧାର ପାଇଁ ଚେଷ୍ଟା କରାଯାଉଛି । ଏହି ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଥିବାବେଳେ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମିଳିଥିଲା ସୂଚନା ମୁତାବକ ଉତ୍ତର ଦିଲ୍ଲୀର ଆଲିପୁରରେ ଏକ ଗୋଡାଉନ୍( ଗୋଦାମ) ନିର୍ମାଣ ହେଉଥିଲା, ତେବେ ଆଜି ସକାଳେ ଏହା ହଠାତ ଭୁଶୁଡି ପଡିଥିଲା ।

ତେବେ କାନ୍ଥ ନିର୍ମାଣ କରୁଥିବା ଶ୍ରମିକମାନେ ଚାପି ହୋଇଯାଇଥିଲେ । ସେପଟେ ଘଟଣାସ୍ଥଳରେ ହିଁ ୫ ଜଣ ଶ୍ରମିକଙ୍କର ମୃତ୍ୟୁ ଘଟିଥିବାବେଳେ ୨ ଜଣ ଶ୍ରମିକ ଗୁରୁତର ଆହତ ହୋଇଯାଇଥିଲେ । ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର‌୍ୟ୍ୟ ଆରମ୍ଭ କରିଥିଲେ। ଏ ଖବର ସାମ୍ନାକୁ ଆସିବା ପରେ ସାରା ଦେଶରେ ଏନେଇ ଚର୍ଚ୍ଚା ଧରିଛି ।