ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତିି; ଭୁବନେଶ୍ୱର ଓ ରାଉରକେଲାର ୯୦ଟି ସ୍କୁଲରେ ଆରମ୍ଭ ହେବ ଅଲିମ୍ପିକ୍ସ ମୂଲ୍ୟବୋଧ ଶିକ୍ଷା

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତିି । ଭୁବନେଶ୍ୱର ଓ ରାଉରକେଲାର ୯୦ଟି ସ୍କୁଲରେ ଆରମ୍ଭ ହେବ ଅଲିମ୍ପିକ୍ସ ମୂଲ୍ୟବୋଧ ଶିକ୍ଷା । ତେବେ ଚୀନ ଓ ଜାପାନର ଖେଳାଳିଙ୍କ ଭଳି ଖେଳାଳି ସୃଷ୍ଟି ଉଦ୍ଦେଶ୍ୟରେ କସରତ ଆରମ୍ଭ ହେବ। ରାଜ୍ୟରେ ତୃଣମୂଳସ୍ତରରୁ ପିଲାଙ୍କୁ ଅଲିମ୍ପିକ ସମ୍ପର୍କରେ ଶିକ୍ଷା ଦିଆଯିବ। ସାରା ଦେଶରେ ଓଡ଼ିଶା ପ୍ରଥମ ରାଜ୍ୟ ଭାବେ ଏଭଳି ନିଷ୍ପତ୍ତି ନେଇଛନ୍ତି, ଯେଉଁଥିରେ ସ୍କୁଲ ପିଲାଙ୍କୁ ଅଲିମ୍ପିକ୍ସ ମୂଲ୍ୟବୋଧ ବିଷୟରେ ଅବଗତ କରାଯିବା ସହ ବିଭିନ୍ନ ଗୋଷ୍ଠୀ କ୍ରୀଡ଼ା ପାଇଁ ସେମାନଙ୍କୁ ପ୍ରଶିକ୍ଷଣ ଦେବା ଉଦ୍ଦେଶ୍ୟରେ ଏଭଳି ଯୋଜନା କରିଛନ୍ତି ରାଜ୍ୟ ସରକାର।

ପ୍ରଥମ ପର‌୍ୟ୍ୟାୟରେ ଭୁବନେଶ୍ୱର ଓ ରାଉରକେଲା ସହରର ୯୦ଟି ସ୍କୁଲରେ ଆରମ୍ଭ ହେବ ଏହି ଯୋଜନା। ରାଉରକେଲାର ୨୭ଟି ଓ ଭୁବନେଶ୍ୱରର ୬୩ ସ୍କୁଲରେ ଏହି ଯୋଜନା ଆରମ୍ଭ ହେବ। ଏ ଖବର ସାମ୍ନାକୁ ଆସିବା ପରେ ସାରା ରାଜ୍ୟଷଣ ଏନେଇ ଚର୍ଚ୍ଚା ଜୋର ଧରିବାରେ ଲାଗିଛି ।

Related Posts