ଭୁବନେଶ୍ୱର ବିମାନବନ୍ଦରରେ ରହିବ ବିଜୁବାବୁଙ୍କ ଡାକୋଟା ବିମାନ

ଭୁବନେଶ୍ୱର: ଓଡ଼ିଶା ଆସିବ ବିଜୁବାବୁଙ୍କ ଡାକୋଟା ବିମାନ । ଏଥିସହ ଭୁବନେଶ୍ୱର ବିମାନବନ୍ଦରରେ ରହିବ ବିଜୁବାବୁଙ୍କ ଡାକୋଟା ବିମାନ । ବିମାନ ବନ୍ଦରର ୧.୧ ଏକର ଜମିରେ ବିଜୁବାବୁଙ୍କ ଏହି ଡାକୋଟା ବିମାନ ରହିବ ।

ଏଥିସହ ଡାକୋଟାର ପାରିପାର୍ଶ୍ୱିକ ସୌନ୍ଦର୍ଯ୍ୟକରଣ ପାଇଁ ମଧ୍ୟ ମିଳିଲା ଅନୁମତି । ଭାରତୀୟ ବିମାନ ପ୍ରାଧିକରଣ ଏହି ଅନୁମତି ପ୍ରଦାନ କରିଛି ।

ତେବେ ଏହି ଡାକୋଟାର ରକ୍ଷଣାବେକ୍ଷଣ ଓ ସୌନ୍ଦର୍ଯ୍ୟକରଣ ରାଜ୍ୟ ସରକାର କରିବେ । ବ୍ୟବସାୟିକ କାର୍ଯ୍ୟକଳାପ କରିପାରିବେନି ରାଜ୍ୟ ସରକାର । ସମସ୍ତ ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର ।

Related Posts