ଭୁବନେଶ୍ୱର,୨୧/୨(ସତ୍ୟପାଠ ବ୍ୟୁରୋ): ବିଡିଓଙ୍କ ଗାଡ଼ି ଧକ୍କାରେ ଚାଲିଗଲା ଜଣଙ୍କ ଜୀବନ । ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଉପକଣ୍ଠ ଯାଜପୁର ଗ୍ରାମ ନିକଟସ୍ଥ ପୁଡ଼ୁଣି ଛକଠାରେ ମୋହନା ବିଡିଓଙ୍କ ଗାଡ଼ି ଧକ୍କାରେ ସାତମଇଲ ଗ୍ରାମର ୫୦ ବର୍ଷୀୟ ଟି.ପ୍ରଭାକରଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ତେବେ ଦୁର୍ଘଟଣା ପରେ ବିଡ଼ିଓ ଘଟଣା ସ୍ଥଳରୁ ଫେରାର ହୋଇଯାଇଛନ୍ତି।
ଘଟଣାସ୍ଥଳରେ ପାରଳାଖେମୁଣ୍ଡି ପୁଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି ।ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖିଛି ପୁଲିସ୍ । ତେବେ ଘଟଣା ପରେ ବିଡିଓ ଘଟଣାସ୍ଥଳରୁ ଫେରାର ହୋଇଯିବା ଏବେ ଚର୍ଚ୍ଚାର ବିଷୟ ପାଲଟିଛି ।
