ନିଜ ଦେହରେ ନିଆଁ ଲଗାଇ ଦେଲେ ବିଜେଡି ନେତ୍ରୀ

ଭୁବନେଶ୍ୱର: ବ୍ରହ୍ମପୁର ଏସପିଙ୍କ ଅଫିସ ସାମ୍ନାରେ ନିଜ ଦେହରେ କିରାସିନି ଢାଳି ନିଆଁ ଲଗାଇଛନ୍ତି ବିଜେଡି ନେତ୍ରୀ ମିନାକ୍ଷୀ ମିଶ୍ର । ଗୁରୁତର ଅବସ୍ଥାରେ ତାଙ୍କୁ ଏମକେସିଜି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। 

ଗତ ୨୮ ତାରିଖରେ ମିନାକ୍ଷୀଙ୍କ ଘର ଆଗରେ ବାଇକ ପାର୍କିଂକୁ ନେଇ ଗଣ୍ଡଗୋଳ ହୋଇଥିଲା । ତାଙ୍କ ପୁଅ ରାଜା ମିଶ୍ରଙ୍କର ଅନ୍ୟଗୋଷ୍ଠିର ୪ ଜଣଙ୍କ ସହ ଗଣ୍ଡଗୋଳ ହୋଇଥିଲା। ଏହାର ଭିଡିଓ ଭାଇରାଲ ହୋଇଥିବା ବେଳେ ଉଭୟ ପକ୍ଷର ଏତଲା କ୍ରମେ ପୋଲିସ ୫ଜଣଙ୍କୁ ଗିରଫ କରିଛନ୍ତି । ଏହି ମାମଲାରେ ଆଜି ମିନାକ୍ଷୀ ଏସପିଙ୍କୁ ଦେଖା କରିବା ସହ ଘଟଣା ସମ୍ପର୍କରେ ଆଲୋଚନା କରିବାକୁ ଯାଇଥିଲେ। କିନ୍ତୁ ଦୀର୍ଘ ସମୟ ଯାଏଁ ଏସପିଙ୍କ ସହ ଦେଖା ନ ହେବାରୁ ମିନାକ୍ଷୀ କିରୋସିନ ଢାଳି ନିଜ ଦେହରେ ନିଆଁ ଲଗାଇ ଦେଇଥିଲେ। ତାହା ଦେଖି ତାଙ୍କୁ ତୁରନ୍ତ ଗୁରୁତର ଅବସ୍ଥାରେ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି । କିନ୍ତୁ ତାଙ୍କ ଅବସ୍ଥା ଗୁରୁତ୍ୱପୂର୍ଣ୍ଣ ଥିବାରୁ କଟକ ଏସସିବିକୁ ସ୍ଥାନାନ୍ତର କରାଯିବାକୁ ନିଷ୍ପତି ହୋଇଛି ।
Related Posts