ପୌର ନିର୍ବାଚନ ପାଇଁ ଚାଲି ମତ ଗ୍ରହଣ ପକ୍ରିୟା । ମତଦାନ ସାବ୍ୟସ୍ତ କରୁଛନ୍ତି ମତଦାତା । ତେବେ ଏହାରି ମଧ୍ୟରେ ବିଜେଡି ମେୟର ପ୍ରାର୍ଥୀ ସୁଲୋଚନା ଦାସ ମତ ଦାନ କରିଚନ୍ତି । ଭୁବନେଶ୍ୱର ନୟାପଲ୍ଲୀ ନୂଆସାହିର ଗୋପବନ୍ଧୁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୩୯ ନମ୍ବର ୱାର୍ଡର ୪୦୭ ନମ୍ବର ବୁଥ୍ରେ ମତଦାନ ସାବ୍ୟସ୍ତ କଲେ ମେୟର ପ୍ରାର୍ଥିନୀ ସୁଲୋଚନା ଦାସ ।
ସୂଚନାଯୋଗ୍ୟ ଯେ, ରାଜ୍ୟର ୪୭ଟି ମ୍ୟୁନିସପାଲଟି, ୫୯ଟି ଏନ୍ ଏସି ଏବଂ ୩ଟି ମହାନଗର ନିଗମ ପାଇଁ ହେବ ଭୋଟ୍ ଗ୍ରହଣ ଚାଲିଛି । କାଉନସିଲର/କର୍ପୋରେଟର ଏବଂ ପୌରାଧ୍ୟକ୍ଷ/ମେୟର ପଦବୀ ପାଇଁ ସକାଳ ୮ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଭୋଟିଂ ହେବ । ଚଳିତ ନିର୍ବାଚନ ମଇଦାନରେ ୬ହଜାର ୪୧୧ ଜଣ ପ୍ରାର୍ଥୀ ଥିବା ବେଳେ ମତଦାତା ନିଜ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ୍ ଦେବେ ।
ଅନ୍ୟପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ଯ ଭୋଟ ଦେଇଛନ୍ତି । ଭୋଟ ଦେଇ ନିଜ ମତଦାନ ସାବ୍ୟସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ। ଭୁବନେଶ୍ବର ୫୩ ନଂ ୱାର୍ଡର ୫୪୪ ନମ୍ବର ବୁଥରେ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ୱାର୍ଡରେ ବିଜେଡି ପକ୍ଷରୁ ମହାମାୟା ସ୍ବାଇଁ କର୍ପୋରେଟର ପ୍ରାର୍ଥୀ ଭାବେ ନିର୍ବାଚନ ଲଢୁଥିବା ବେଳେ ବିଜେପି ପକ୍ଷରୁ ନଳିନୀ ପ୍ରଭା ଖଟେଇ ଏବଂ କଂଗ୍ରେସ ପକ୍ଷରୁ ନିବାସୀ ଦେଈ ନିର୍ବାଚନ ଲଢୁଛନ୍ତି । ନବୀନ ନିବାସରୁ ଚାଲି ଚାଲି ବୁଥ୍ରେ ଯାଇ ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।