ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡ଼ଙ୍କୁ ଭେଟିଛନ୍ତି ବିଜୁ ଜନତା ଦଳର ସମସ୍ତ ସାଂସଦ । ଗତ କାଲି ସନ୍ଧ୍ୟାରେ ଧନକଡ଼ଙ୍କୁ ତାଙ୍କ ବାସଭବନରେ ଭେଟିଛନ୍ତି ବିଜେଡି ସାଂସଦ । ଏହା ଏକ ସୌଜନ୍ୟମୂଳକ ସାକ୍ଷାତକାର ଥିଲା।ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ସାଂସଦମାନେ ଉପରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଏହି ପଦ ପାଇଁ ପ୍ରାର୍ଥୀ ଜଗଦୀପ ଧନଖଡ଼ଙ୍କୁ ଭେଟିଥିଲେ ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି । ଏହି ସାକ୍ଷାତକାର ପରେ ଜଗଦୀପ ଧନଖଡ଼ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଦେଇଛନ୍ତି ।

ସୂଚନା ଅନୁସାରେ ଅଗଷ୍ଟ ୬ ତାରିଖରେ ଉପରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଏହି ନିର୍ବାଚନରେ ଜଗଦୀପ ଧନଖଡ଼ ଏନଡିଏ ର ପ୍ରାର୍ଥୀ ହିସାବରେ ମଇଦାନରେ ଥିବା ବେଳେ ତାଙ୍କ ବିରୁଦ୍ଧରେ ମିଳିତ ବିରୋଧୀ ଦଳର ପ୍ରାର୍ଥୀ ଅଛନ୍ତି ମାର୍ଗରେଟା ଆଲଭା। ଏହି ନିର୍ବାଚନରେ ବିଜେଡି ଏନଡିଏ ପ୍ରାର୍ଥୀ ଜଗଦୀପ ଧନଖଡ଼ଙ୍କୁ ନିଜର ସମର୍ଥନ ଘୋଷଣା କରିଛି।