୨୪ ନିର୍ବାଚନ ପାଇଁ ପ୍ରଭାରୀ ନିଯୁକ୍ତ କଲା ବିଜେପି; ବିଜୟପାଲଙ୍କୁ ଓଡିଶା, ବୈଜୟନ୍ତଙ୍କୁ ୟୁପି ଦାୟିତ୍ୱ

ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ଆଗାମୀ ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଜେପି ବିଭିନ୍ନ ରାଜ୍ୟ ପାଇଁ ପ୍ରଭାରୀ ଓ ସହ-ପ୍ରଭାରୀ ଘୋଷଣା କରିଛି । ଓଡ଼ିଶା ପାଇଁ ବିଜୟପାଲ ସିଂ ତୋମାରଙ୍କୁ ପ୍ରଭାରୀ ଦାୟିତ୍ୱ ଦିଆଯାଇଥିବା ବେଳେ ଲତା ଉସେଣ୍ଡିଙ୍କୁ ସହ-ପ୍ରଭାରୀ ଦାୟିତ୍ୱ ମିଳିଛି । ସେହିଭଳି ୨୩ ରାଜ୍ୟ ପାଇଁ ପ୍ରଭାରୀ ଓ ସହ-ପ୍ରଭାରୀଙ୍କ ନାଁ ଘୋଷଣା କରିଛି ବିଜେପି ।

ତେବେ ଉତ୍ତରପ୍ରଦେଶ ପାଇଁ ବୈଜୟନ୍ତ ପଣ୍ଡାଙ୍କୁ ଏକାକୀ ପ୍ରଭାରୀ ଭାବେ ଗୁରୁ ଦାୟିତ୍ୱ ମିଳିଛି । ବିହାର ପାଇଁ ବିନୋଦ ତାୱଡେ, ପଞ୍ଜାବ ଓ ଚଣ୍ଡିଗଡ ପାଇଁ ବିଜୟ ରୂପାନୀ ଓ ନରିନ୍ଦର ସିଂହ, ହରିୟାଣା ପାଇଁ ବିପ୍ଲବ କୁମାର ଦେବ, କେରଳ ପାଇଁ ପ୍ରକାଶ ଜାବଡେକରଙ୍କ ଭଳି ବରିଷ୍ଠ ନେତାଙ୍କୁ ପ୍ରଭାରୀ ଦାୟିତ୍ୱ ମିଳିଛି । ସେହିପରି ପଶ୍ଚିମବଙ୍ଗ ପାଇଁ ମଙ୍ଗଲ ପାଣ୍ଡେ, ଅମିତ ମାଲବ୍ୟ, ଆଶା ଲକଡ଼ାଙ୍କୁ ଦାୟିତ୍ୱ ମିଳିଥିବାବେଳେ ତାମିଲନାଡୁ ପାଇଁ ଅରବିନ୍ଦ ମେନନ ଓ ସୁଧାକର ରେଡ୍ଡୀଙ୍କୁ ଦାୟିତ୍ୱ ଦେଇଛି ଦଳ |

https://x.com/BJP4India/status/1751152510717558857?s=20

Related Posts