ଭୁବନେଶ୍ବର(ସତ୍ୟପାଠ ବ୍ୟୁରୋ): ମହାକାଳପଡ଼ାର ସରପଞ୍ଚ ଚାମେଲି ଓଝାଙ୍କୁ ନେଇ ସାରା ରାଜ୍ୟ ଉଠୁଛି ପଡୁଛି । ଏହା ମଧ୍ୟରେ ଏହି ଘଟଣାକୁ ନେଇ ଶାସକ ଦଳକୁ ଟାର୍ଗେଟ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ତେବେ ସୋସିଆଲ ମିଡିଆରେ ନବୀନ ଲେଖିଛନ୍ତି ଯେ, ଲୋକଙ୍କ ସ୍ୱର ଉଠାଇ ବିଜେପି ସରକାରରେ ଜଣେ ମହିଳା ସରପଞ୍ଚଙ୍କ ଉପରେ ହେଉଥିବା ଦମନଲୀଳାର ସାକ୍ଷୀ ରହୁଛି ଓଡ଼ିଶା ।
ଚାମେଲି ଓଝାଙ୍କ ଉପରେ ସର୍ବସମ୍ମୁଖରେ ସରକାରୀ କାର୍ଯ୍ୟାଳୟ ଭିତରେ ହୋଇଥିବା ଅକଥନୀୟ ଅତ୍ୟାଚାର ଗଣତନ୍ତ୍ର ରାଷ୍ଟ୍ରରେ କଦାପି ଶୋଭନୀୟ ନୁହେଁ । ମହିଳା ସରପଞ୍ଚଙ୍କ ସ୍ୱର ଚାପିବା ପାଇଁ ବିଜେପି ସରକାର ସବୁ ସ୍ତରରେ କରୁଥିବା ହୀନ ଉଦ୍ୟମ ଜଳଜଳ ଦେଖାଯାଉଛି । ଏଥିସହ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ତୁରନ୍ତ ଏଥିରେ ହସ୍ତକ୍ଷେପ କରି ଗଣତନ୍ତ୍ରର ଗରିମା ଓ ମହିଳାଙ୍କ ସ୍ୱାଭିମାନର ସୁରକ୍ଷା ସୁନିଶ୍ଚିତ କରିବାକୁ ଦାବି ରଖିଛନ୍ତି ନବୀନ ପଟ୍ଟନାୟକ।
