ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା

ପୁରୀ : ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ।‌ ସକାଳୁ ଶ୍ରୀ ନଡ୍ଡାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଭାପତି ସମୀର ମହାନ୍ତି ଓ ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ପ୍ରମୁଖ ଦର୍ଶନରେ ସାମିଲ ହୋଇଥିଲେ ।‌

ସିଂହଦ୍ଵାର ସମ୍ମୁଖରେ ବିଜେପି ପାର୍ଟି ପକ୍ଷରୁ ତାଙ୍କୁ ସ୍ୱାଗତ କରାଯାଇଥିଲା । ପରେ କଡା ସୁରକ୍ଷା ବଳୟ ମଧ୍ୟରେ ସେ ଶ୍ରୀମନ୍ଦିରକୁ ଯାଇ କୈଳିକ ପଣ୍ଡାଙ୍କ ମାଧ୍ୟମରେ ଗର୍ଭଗୃହରେ ମହାପ୍ରଭୁଙ୍କ ଦର୍ଶନ ସହ ପୂଜାର୍ଚ୍ଚନା କରିଥିଲେ । ଶ୍ରୀମନ୍ଦିରରେ ବିମଳା, ମହାଲକ୍ଷ୍ମୀଙ୍କ ମନ୍ଦିର ସହ ଅନ୍ୟାନ୍ୟ ବେଢ଼ା ମନ୍ଦିର ଦର୍ଶନ କରିବା ସହ ପ୍ରାୟ ୪୦ ମିନିଟ ବିତାଇଥିଲେ।

Related Posts