ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଆଶୁ ଆରୋଗ୍ୟ କାମନା କଲେ ବିଜେଡି ସୁପ୍ରିମୋ

ଭୁବନେଶ୍ବର: ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ଗୁରୁତର ଅସୁସ୍ଥ ହୋଇ ଏବେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ।

ସେ କିଡନୀ ରୋଗରେ ପୀଡିତ ହୋଇଥିବା ସୂଚନା ମିଳିଛି । ତେବେ ତେବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, “ସ୍ବାସ୍ଥ୍ୟଗତ ସମସ୍ୟା କାରଣରୁ ପୂର୍ବତନ ବାଚସ୍ପତି ତଥା ଦଳର ବରିଷ୍ଠ ନେତା ସୂର୍ଯ୍ୟ ନାରାୟଣ ପାତ୍ର ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବିଷୟରେ ଅବଗତ ହେଲି । ତାଙ୍କର ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ବାସ୍ଥ୍ୟ କାମନା କରୁଛି ।”

ବରିଷ୍ଠ ବିଜେଡି ନେତା ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବାମ ଆଖିରେ ମଧ୍ୟ ସଂକ୍ରମଣ ହୋଇଥିବା ଜଣାପଡିଛି । ଶନିବାର ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ ସୂର୍ଯ୍ୟ ନାରାୟଣ ପାତ୍ର । ଉପବାଚସ୍ପତିଙ୍କୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇଥିଲେ । ଅସୁସ୍ଥତା କାରଣରୁ ସେ ବାଚସ୍ପତି ପଦରୁ ଇସ୍ତଫା ଦେଇଥିବା ନେଇ ତାଙ୍କ ପୁଅ ବିପ୍ଳବ ପାତ୍ର ସୂଚନା ଦେଇଥିଲେ । ଗତ ୧୪ ଦିନ ହେବ ତାଙ୍କର ଚିକିତ୍ସା ଚାଲିଛି ଓ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ସେ ଭର୍ତ୍ତି ହୋଇଛନ୍ତି । ବର୍ତ୍ତମାନ ସମୟରେ ସେ କୌଣସି ସରକାରୀ ଦାୟିତ୍ବ ନେବାକୁ ଅସମର୍ଥ ଥିବା ପୁଅ ବିପ୍ଳବ ପାତ୍ର କହିଛନ୍ତି ।

Related Posts