ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଧାମନଗରରେ ବିଜେପି ଯୁବ ସମର୍ଥକଙ୍କୁ ଛୁରାମାଡ଼ । ପରେ ଗୁରୁତର ଅବସ୍ଥାରେ ତାଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ ଧାମନଗର ଏନଏସି ୯ ନମ୍ବର ୱାର୍ଡ ୧୬ ନମ୍ବର ବୁଥ୍ ସାମ୍ନାରେ ବଜାର ସାହିର ରମେଶ ଲେଙ୍କା(୨୮) ଭୋଟ୍ ଦେବାକୁ ଯାଇଥିବା ବେଳେ ସେଠାରେ ପ୍ରତିପକ୍ଷ ଦଳର କର୍ମୀଙ୍କ ସହ ବଚସା ହୋଇଥିଲା। ଏଥିରେ ଉତକ୍ଷିପ୍ତ ହୋଇ ଜଣେ ଯୁବକ ରମେଶ ଲେଙ୍କାଙ୍କ ପେଟରେ ଛୁରି ଭୁସି ଦେଇଥିଲେ।
ଅଭିଯୁକ୍ତ ତତକ୍ଷଣାତ୍ ଘଟଣାସ୍ଥଳରୁ ଫେରାର ହୋଇଥିଲେ। ତେବେ ଲୋକେ ରମେଶ ଲେଙ୍କାଙ୍କୁ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଉଦ୍ଧାର କରିଥିଲେ। ସେଠାରୁ ତାଙ୍କୁ ନିଆଯାଇ ଭଦ୍ରକ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବାର ଖବର ମିଳିଛି। ତାଙ୍କ ଅବସ୍ଥା ସଂକଟାପନ୍ନ ଥିବା କୁହାଯାଉଛି। ଏହି ଘଟଣାକୁ ନେଇ ଧାମନଗରରେ ଉତ୍ତେଜନା ପ୍ରକାଶ ପାଇଥିଲା। ଏରେ ଫେରାର ଅଭିଯୁକ୍ତକୁ ପୁଲିସ ଖୋଜୁଥିବା ଜଣାଯାଇଛି।