ବିଧାନସଭାରେ ଉଭୟ ଶାସକ ଓ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ, ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ

ଭୁବନେଶ୍ଵର,୨୮/୨(ସତ୍ୟପାଠ ବ୍ୟୁରୋ): ଉଭୟ ଶାସକ ଓ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଅପରାହ୍ନ ୪ଟା ଯାଏଁ ବିଧାନସଭାକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି । କଂଗ୍ରେସ ଓ ବିଜେପି ସଦସ୍ୟଙ୍କ ହୋହାଲ୍ଲା ପରେ ଏପରି ନିଷ୍ପତ୍ତି ନେଇଛନ୍ତି ବାଚସ୍ପତି ବିକ୍ରମ କେଶରୀ ଆରୁଖ।

ସୂଚନା ଅନୁଯାୟୀ, ଆଜି ବିଧାନସଭାରେ ପ୍ରଥମେ ପ୍ରଶ୍ନକାଳ ସ୍ୱାଭାବିକ ଭାବେ ଚାଲିବା ପରେ ଶୁନ୍ୟକାଳରେ ବିରୋଧୀ ବିଜେପି ଓ କଂଗ୍ରେସ ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ଏବଂ ନବ ଦାସଙ୍କ ହତ୍ୟାକାଣ୍ଡକୁ ନେଇ ହୋହାଲ୍ଲ କରିଥିଲେ ।ଏହି ସମୟରେ ଶାସକ ବିଜେଡିର ସଦସ୍ୟମାନେ ମଧ୍ୟ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ କେନ୍ଦ୍ର ଅବହେଳା ପ୍ରସଂଗ ଉଠାଇ ନିଜ ସିଟ୍‌ରୁ ଉଠି ନାରାବାଜି କରିଥିଲେ । ଏପିରିକି ବାଚସ୍ପତିଙ୍କ ପୋଡିୟମ୍‌ ନିକଟରେ ଯାଇ ହୋହାଲ୍ଲା କରିଥିଲେ । ଶେଷରେ ବାଧ୍ୟ ହୋଇ ବିଧାନସଭାକୁ ଅପରାହ୍ନ ୪ଟା ଯାଏଁ ମୁଲତବୀ ରଖିଛନ୍ତି ବାଚସ୍ପତି ।

Related Posts