
ସଡକ ଦୁର୍ଘଟଣାରେ ବୌଦ୍ଧର ଅତିରିକ୍ତ ଜିଲ୍ଲାପାଳ ରମାକାନ୍ତ ସେଠୀଙ୍କ ମୃତ୍ୟୁ ଘଟିଛି। ବୌଦ୍ଧ ଚାରିଛକ କଲରାକୋଠା ନିକଟରେ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଭାରସାମ୍ୟ ହରାଇ ଗଛରେ କାର୍ ପିଟି ହୋଇଥିଲା।ଗୁରୁତର ଅବସ୍ଥାରେ ତାଙ୍କୁ ବୌଦ୍ଧ ମେଡିକାଲକୁ ଅଣାଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଦୁର୍ଘଟଣାରେ ତାଙ୍କ ଡ୍ରାଇଭର ଗୁରୁତର ହୋଇ ଚିକିତ୍ସିତ ହେଉଛନ୍ତି ।