ବ୍ରଜରାଜନଗର ଉପନିର୍ବାଚନ : ନାମାଙ୍କନ ଦାଖଲ କଲେ ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି

ଝାରସୁଗୁଡା: ଆଜି ବ୍ରଜରାଜନଗର ବିଧାନସଭା ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିବାର ଶେଷ ଦିନ । ତେଣୁ ସମସ୍ତ ଆଶାୟୀ ପ୍ରାର୍ଥୀ ଆଜି ନାମାଙ୍କନ ଦାଖଲ କରିବେ । ବିଜେଡିରୁ ଦିବଂଗତ ବିଧାୟକ କିଶୋର ମହାନ୍ତିଙ୍କ ସ୍ତ୍ରୀ ଅଳକା ମହାନ୍ତି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି |

ବୁଧବାର ବ୍ରଜରାଜନଗର ନିର୍ବାଚନ ପାଇଁ ବିଜେଡି ପକ୍ଷରୁ ନାମାଙ୍କନ ପତ୍ର ଦାଖଲ ହୋଇଛି । ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି ନିଜ ସମର୍ଥକଙ୍କ ସହ ଆସି ଉପଜିଲ୍ଲାପାଳଙ୍କ ଅଫିସରେ ନାମାଙ୍କନ ଦାଖଲ କରିଛନ୍ତି । ସାଥିରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ, ମନ୍ତ୍ରୀ ସୁଶାନ୍ତ ସିଂହ, ମନ୍ତ୍ରୀ ଟୁକୁନି ସାହୁ, ସ୍ନେହାଙ୍ଗିନୀ ଝୁରିଆ, ବିଧାୟକ ଶାରଦା ନାୟକ, ରୀତା ସାହୁ, ଜିଲ୍ଲା ପର୍ଯ୍ୟବେକ୍ଷକ ସୁବାସ ସିଂ ପ୍ରମୁଖ ଉପସ୍ଥିତ ଥିଲେ ।

ସେହିପରି ବିଜେପିରୁ ରାଧାରାଣୀ ପଣ୍ଡା ଏବଂ କଂଗ୍ରେସରୁ କିଶୋର ପଟେଲ ଆଜି ନାମାଙ୍କନ ଦାଖଲ କରିବେ ।

Related Posts