ବ୍ରଜରାଜନଗର ଉପନିର୍ବାଚନ; ବିଜେପି ପକ୍ଷରୁ ପ୍ରାର୍ଥୀ ହେଲେ ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେପି ପକ୍ଷରୁ ପ୍ରାର୍ଥୀ ହେଲେ ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା । ଏ ଖବର ସାମ୍ନାକୁ ଆସିବା ପରେ ଚର୍ଚ୍ଚାର ବିଷୟ ପାଲଟିଛି । ସେପଟେ ୨୦୧୪ରେ ବ୍ରଜରାଜନଗରରୁ ବିଜେପି ଟିକେଟରେ ସେ ନିର୍ବାଚନ ଜିତିଥିଲେ। ରାଧାରାଣୀ ପଣ୍ଡାଙ୍କୁ ପ୍ରାର୍ଥୀ କରାଯିବା ନେଇ ଘୋଷଣା ହେବା ପରେ ବ୍ରଜରାଜନଗର ଉପନିର୍ବାଚନରେ ପ୍ରତିଦ୍ବନ୍ଦ୍ବିତା ଜୋରଦାର୍ ହେବ ବୋଲି କୁହାଯାଉଛି। ଅନ୍ୟପଟେ ଗତ ଡିସେମ୍ବର ୩୦ରେ ବିଧାୟକ କିଶୋର ମହାନ୍ତିଙ୍କ ବିୟୋଗ ପରେ ଏହି ଆସନ ଖାଲି ପଡ଼ିଥିଲା। ଚଳିତ ମେ’୩୧ରେ ନିର୍ବାଚନ ପାଇଁ ଭାରତୀୟ ନିର୍ବାଚନ ଆୟୋଗ ତାରିଖ ଘୋଷଣା କରିଛନ୍ତି।

ତାରିଖ ଘୋଷଣା ପରଠାରୁ ରାଜନୈତିକ ଉଷ୍ମତା ଜୋର୍ ଧରିଥିବାବେଳେ ପ୍ରାର୍ଥିତ୍ବକୁ ନେଇ କୌଣସି ଦଳ ସ୍ପଷ୍ଟ ସଙ୍କେତ ଦେଇନଥିଲେ। ତେବେ, ବିଜେଡିରୁ ଦିବଂଗତ ବିଧାୟକଙ୍କ ପତ୍ନୀ ଅଳକା ମହାନ୍ତି ଏବଂ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ଝିଅ ଦୀପାଳିଙ୍କ ନାମ ଚର୍ଚ୍ଚାରେ ରହିଛି। ଏପଟେ ବିଜେପିରେ ମଧ୍ୟ ଦୁଇ ଜଣଙ୍କ ନାମକୁ ନେଇ ଜୋରଦାର ଚର୍ଚ୍ଚା ହେଉଥିଲା। ବିଜେପିରୁ ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡାଙ୍କ ନାମ ସହିତ ଏବେ ନୂଆ ଚେହେରା ସୁଜିତ ସିଂହଙ୍କ ନାମ ମଧ୍ୟ ଚର୍ଚ୍ଚାକୁ ଆସୁଥିଲା। ହେଲେ ବିଜେପି ପକ୍ଷରୁ ପ୍ରାର୍ଥୀ ହେଲେ ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା । ଏ ଖବର ସାମ୍ନାକୁ ଆସିବା ପରେ ସାରା ରାଜ୍ୟର ରାଜନୈତିକ ମାହୋଲ ବେଶ ଚଳଚଞ୍ଚଳ ହୋଇ ଉଠିଛି ।

Related Posts