ବଜେଟ୍-୨୦୨୩; କେଉଁ ମନ୍ତ୍ରଣାଳୟକୁ ମିଳିଲା କେତେ ଟଙ୍କା ?

ଭୁବନେଶ୍ୱର,୧/୨(ସତ୍ୟପାଠ ବ୍ୟୁରୋ): ଆଜି ସଂସଦରେ ଉପସ୍ଥାପିତ ହୋଇଛି ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ବଜେଟ୍ । ମୋଦି ସରକାରଙ୍କ ଦ୍ୱିତୀୟ ପାଳିର ଶେଷ ବଜେଟ ହୋଇଥିବାରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଲାଗି କେନ୍ଦ୍ର ସରକାର ଯଥେଷ୍ଟ ଚେଷ୍ଟା କରିଛନ୍ତି । ଏଥିପାଇଁ ଆୟକର ଟିକସ ସ୍ଲାବରେ ହ୍ରାସ କରାଯିବା ସହ ଅନେକ ନୂଆ ଯୋଜନା ସମ୍ପର୍କରେ ଘୋଷଣା ହୋଇଛି ।

ଏସବୁ ଭିତରେ କେଉଁ ପ୍ରମୁଖ ମନ୍ତ୍ରଣାଳୟକୁ କେତେ ଟଙ୍କା ମିଳିଛି, ତା’ର ସୂଚନା ସାମ୍ନାକୁ ଆସିଛି । ସବୁ ଥର ପରି ଏଥର ମଧ୍ୟ ପ୍ରତିରକ୍ଷା କ୍ଷେତ୍ର ପାଇଁ ସବୁଠାରୁ ଅଧିକ ବ୍ୟୟ ବରାଦ ହୋଇଛି । କେନ୍ଦ୍ର ସରକାର ଏହି କ୍ଷେତ୍ର ପାଇଁ ୫.୯୪ ଲକ୍ଷ କୋଟି ଟଙ୍କା ବ୍ୟବସ୍ଥା କରିଛନ୍ତି । ଏହା ପରକୁ ରହିଛି ସଡ଼କ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରଣାଳୟ । ସେହିଭଳି ତୃତୀୟରେ ରହିଛି ଭାରତୀୟ ରେଳବାଇ । ଆସନ୍ତୁ ଜାଣିବା କେଉଁ ବିଭାଗକୁ ମିଳିଛି କେତେ ଟଙ୍କା ?

କେଉଁ ମନ୍ତ୍ରଣାଳୟକୁ କେତେ ?

୧- ପ୍ରତିରକ୍ଷା ମନ୍ତ୍ରଣାଳୟ -୫.୯୪ ଲକ୍ଷ କୋଟି
୨- ସଡ଼କ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରଣାଳୟ – ୨.୭୦ ଲକ୍ଷ କୋଟି
୩- ରେଳବାଇ ମନ୍ତ୍ରଣାଳୟ- ୨.୪୧ ଲକ୍ଷ କୋଟି
୪- ଖାଉଟି ବ୍ୟାପାର, ଖାନ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରଣାଳୟ- ୨.୦୬ ଲକ୍ଷ କୋଟି
୫- ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ- ୧.୯୬ ଲକ୍ଷ କୋଟି
୬- କେମିକାଲ ଓ ଫର୍ଟିଲାଇଜର- ୧.୭୮ ଲକ୍ଷ କୋଟି
୭- ଗ୍ରାମୀଣ ବିକାଶ ମନ୍ତ୍ରଣାଳୟ- ୧.୬୦ ଲକ୍ଷ କୋଟି
୮- କୃଷି ଓ ଚାଷୀ କଲ୍ୟାଣ ମନ୍ତ୍ରଣାଳ- ୧.୨୫ ଲକ୍ଷ କୋଟି
୯- ଯୋଗାଯୋଗ ମନ୍ତ୍ରଣାଳୟ -୧.୨୩ ଲକ୍ଷ କୋଟି

Related Posts