ଭୁବନେଶ୍ୱର,୨୩/୭(ସତ୍ୟପାଠ ବ୍ୟୁରୋ): ଆଜି ଲୋକସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସିତାରମଣ କେନ୍ଦ୍ରୀୟ ବଜେଟ୍ ଉପସ୍ଥାପନ କରିଛନ୍ତି। ଏଥିରେ କେଉଁ କେଉଁ ଜିନିଷ ଶସ୍ତା ଅବୋ କେଉଁଥିରେ ରିହାତି ମିଳିବ ଆସନ୍ତୁ ସେ ବିଷୟରେ ଜାଣିବା। ମୋବାଇଲ, ମୋବାଇଲ ଚାର୍ଜର, ବ୍ୟାଟେରୀକୁ ନେଇ ବଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଶସ୍ତା ହେବ ମୋବାଇଲ, ମୋବାଇଲ ଚାର୍ଜର, ବ୍ୟାଟେରୀ । ଏନେଇ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ସଂପୃକ୍ତ ଜିନିଷ ଉପରୁ କଷ୍ଟମ ଡ୍ୟୁଟି ହ୍ରାସ ନେଇ ଘୋଷଣା କରିଛନ୍ତି । ଆହୁରି ସୋଲାର ପ୍ୟାନେଲ, ସାମୁଦ୍ରିକ ଉତ୍ପାଦ ମଧ୍ୟ ଶସ୍ତା ହେବ ।
ଅନ୍ୟପଟେ ଶସ୍ତା ହେବ କ୍ୟାନ୍ସର୍ ଔଷଧ । ୩ ପ୍ରକାର କ୍ୟାନ୍ସର୍ ଔଷଧ ଉପରୁ କଷ୍ଟମ ଡ୍ୟୁଟି କମିବ । ଔଷଧ ଏବଂ ମେଡିକାଲ ଜିନିଷ ଉପରୁ କଷ୍ଟମ ଡ୍ୟୁଟି କମିବ ନେଇ ବଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଏକ୍ସରେ ଟ୍ୟୁବ୍ ଉପରୁ ମଧ୍ୟ ଶୁଳ୍କ ହ୍ରାସ ନେଇ ମଧ୍ୟ ଘୋଷଣା ହୋଇଛି ।
ସେହିପରି ଶସ୍ତା ହେବ ସୁନା ରୁପା ଦର । ଏନେଇ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ସୁନା, ରୁପା, ପ୍ଲାଟିନମ ଉପରୁ କଷ୍ଟମ ଡ୍ୟୁଟି କମିବ । ସୁନା ଓ ରୁପା ଉପରୁ କଷ୍ଟମ ଡ୍ୟୁଟି ୬% ହ୍ରାସ ହେବ ବୋଲି ଘୋଷଣା କରିଛନ୍ତି । ସେମିତି ପ୍ଲାଟିନମ ଉପରୁ କଷ୍ଟମ ଡ୍ୟୁଟି ୬.୪% ହ୍ରାସ କରାଯିବ ବୋଲି କହିଛନ୍ତି ।
ଅପରପକ୍ଷେ ମହଙ୍ଗା ହେବ ପ୍ଲାଷ୍ଟିକ । ପେଟ୍ରୋକେମିକାଲ ଉତ୍ପାଦ ଉପରେ ଶୁଳ୍କ ବଢ଼ିବ । ଏନେଇ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ପ୍ଲାଷ୍ଟିକ ଓ ପ୍ଲାଷ୍ଟିକ ସଂପର୍କିତ ଉତ୍ପାଦ ଉପରେ ଶୁଳ୍କ ବଢ଼ିବ ନେଇ ମଧ୍ୟ ଘୋଷଣା ହୋଇଛି ।
ଅନ୍ୟପଟେ ଦେଶର କୋଟି କୋଟି ଟିକସଦାତାଙ୍କୁ ବଡ଼ ଆଶ୍ୱସ୍ତି ଦେଇଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଆୟକର ସ୍ଲାବରେ ପରିବର୍ତ୍ତନ କରି ଆୟକର ଦାତାଙ୍କୁ ଆଶ୍ୱସ୍ତି ଦେଇଛନ୍ତି ଅର୍ଥମନ୍ତ୍ରୀ । ବଜେଟ୍ ଅଭିଭାଷଣରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଥିଲେ ଯେ ନୂଆ ଟିକସ ବ୍ୟବସ୍ଥାରେ ଷ୍ଟାଣ୍ଡାର୍ଡ ଡିଡକ୍ସନ ୫୦ ହଜାର ଟଙ୍କାରୁ ୭୫ ହଜାର ଟଙ୍କାକୁ ବୃଦ୍ଧି କରାଯିବ। ଏହା ସହିତ ଟିକସ ଢାଞ୍ଚାରେ ପରିବର୍ତ୍ତନ କରାଯିବ । ନୂଆ ଟିକସ ବ୍ୟବସ୍ଥାରେ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ କୌଣସି ଟିକସ ଆଦାୟ କରାଯିବ ନାହିଁ।