ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ପୁଣି ଧର୍ମଘଟ ଡାକରା ଦେଲା ଘରୋଇ ବସ୍ ମାଲିକ ସଂଘ । ଆସନ୍ତା ୨୦ ତାରିଖରୁ ସାରା ରାଜ୍ୟରେ ବସ୍ ଧର୍ମଘଟ ହେବାନେଇ ସୂଚନା ଦିଆଯାଇଛି । ଲକ୍ଷ୍ମୀ ଯୋଜନାକୁ ବିରୋଧ କରି ବସ୍ ଧର୍ମଘଟ କରାଯିବା ନେଇ ନିଷ୍ପତ୍ତି ହୋଇଛି । ଏନେଇ ବସ୍ ମାଲିକ ସଂଘ କୋଷାଧ୍ୟକ୍ଷ ବରଦା ଆଚାର୍ଯ୍ୟ ସୂଚନା ଦେଇଛନ୍ତି ।
ପୂର୍ବରୁ ଗତ ୧୦ ତାରିଖରୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ରାଜ୍ୟରେ ଘରୋଇ ବସ୍ ଗଡିବ ନାହିଁ ବୋଲି କୁହାଯାଇଥିଲା । ହେଲେ ରାଜ୍ୟ ସରକାରଙ୍କ ସହ ସଂଘର ଆଲୋଚନା ପରେ ଏହାକୁ ସ୍ଥଗିତ ରଖାଯାଇଥିଲା । ହେଲେ ବର୍ତ୍ତମାନ ପୁଣି ଥରେ ସଂଘ ଧର୍ମଘଟ ଡାକରା ଦେଇଛି ।
‘ଲକ୍ଷ୍ମୀ’ ଯୋଜନାରେ ଚାଲିବାକୁ ଥିବା ରୁଟରେ ଘରୋଇ ବସ୍ ଗୁଡିକୁ ସବସିଡି ଦେବାକୁ ସଂଘ ଦାବି କରିଛି । ସରକାର ରାଜି ହେଲେ, ଆମ ବସ୍ଗୁଡିକୁ ଲକ୍ଷ୍ମୀ ଯୋଜନା ଅନୁଯାୟୀ ସଜାଇ ଦେବୁ ବୋଲି କହିଥିଲା ସଂଘ ।





