ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ମୋଟ୍‌ ୧୧ ପ୍ରସ୍ତାବ ଉପରେ ମୋହର ଲାଗିଛି। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ତେବେ ଶ୍ରୀ ଗର୍ଗ କହିଛନ୍ତି ହାଡୁଆ ଜଳସେଚନ ପ୍ରକଳ୍ପରେ ଭୂତଳ ପାଇପ୍ ଲାଇନ୍ ପାଇଁ ଟେଣ୍ଡର ମଞ୍ଜୁର କରାଯାଇଛି। ଏହା ଦ୍ବାରା କଟକଜିଲ୍ଲା ବଡ଼ମ୍ବାର ୭୬, ନରସିଂହପୁର ଓ ତିଗିରିଆର ୫ ଲେଖାଏଁ ଗ୍ରାମବାସୀ ଉପକୃତ ହେବେ। ପାର୍ବତୀ ଗିରି ବୃହତ୍‌ ଉଠା ଜଳସେଚନ ପ୍ରକଳ୍ପକୁ ମଧ୍ୟ ଗୁରୁତ୍ବ ଦିଆଯାଇଛି। ହୀରାକୁଦରୁ ଜଳ ଉତ୍ତୋଳନ କରି ଜଳ ଯୋଗାଣ ବ୍ୟବସ୍ଥା ହେବ। ସମ୍ବଲପୁର ଜିଲ୍ଲାର ୬ ହଜାର ୨୧୦ ହେକ୍ଟର ଜମି ଜଳସେଚିତ ହେବ। କ୍ୟାବିନେଟ୍‌ ବୈଠକରେ ୩୪୦୦ କୋଟି ଟଙ୍କାର ଅଟଳ ବସ୍‌ଷ୍ଟାଣ୍ଡ ଯୋଜନା ପାରିତ ହୋଇଛି। ରାଜ୍ୟର ୩୧୮ଟି ବସ୍‌ଷ୍ଟାଣ୍ଡର ଉନ୍ନତୀକରଣ କରାଯିବ। ସେହିପରି କେନ୍ଦୁଝରରେ ୧୬୪୭ କୋଟି ବ୍ୟୟରେ ନୂଆ MVA ସବ୍‌ଷ୍ଟେସନ ନିର୍ମାଣ ହେବ। ଓଡ଼ିଶା ଶ୍ରମ ସେବା ନିୟମାବଳୀରେ ସଂଶୋଧନକୁ ମଧ୍ୟ ମଞ୍ଜୁରୀ ମିଳିଛି।